ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଅନୁଗୋଳ,ତା.୧୩.୦୪:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ଛେଣ୍ଡିପଦା ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ । ଜନଶୁଣାଣି ଶିବିରରେ ସମୁଦାୟ ୩୨ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥୁମଧ୍ୟରୁ ୨୯ଟି ବ୍ୟକ୍ତିଗତ ଓ ୦୩ଟି ଗ୍ରାମ୍ୟଭିଭିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୬ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୪ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୪୭ହଜାର ୫୦୦ ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥୁଲା । ଏହି କାର୍ଯ୍ୟକ୍ରମରେ ଛେଣ୍ଡିପଦା ପଞ୍ଚାୟତ ସମିତି ଅଧକ୍ଷ୍ୟା ଶ୍ରୀମତୀ ସୁମିତ୍ରା ସାହୁ, ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଅନୁଗୋଳ ଊପଜିଲ୍ଲାପାଳ ଶ୍ରୀ ମାୟାଧର ବେହେରା, ଅନୁଗୋଳ ଆଂଚଳିକ ପରିବହନ ଅଧିକାରୀ ଶ୍ରୀ ସମ୍ବିତ କୁମାର, ଆସିଷ୍ଟାଣ୍ଟ କଲେକ୍ଟର ଶ୍ରୀ ସଞୟ କୁମାର ଭୋଇ, ଛେଣ୍ଡିପଦା ତହସିଲଦାର ଶ୍ରୀ ମାନସ ରଞନ ରାୟ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲିପ କୁମାର ମିଶ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଊପ-ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀ ଅମ୍ବର ଲୁଗୁନ୍, ଜିଲ୍ଲା ଶିଳ୍ପ କେନ୍ଦ୍ର ମହାପ୍ରବନ୍ଧକ ଶ୍ରୀ ଶିବାଶିଷ କାନୁନଗୋ, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ମନିଷ ଏକ୍କାଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ଯା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।



