ଭୁବନେଶ୍ୱର: ଓଡିଆ ନବବର୍ଷର ଓ ହନୁମାନ ଜୟନ୍ତୀର ଶୁଭେଚ୍ଛା ଜଣାଇଲେ ସିଏମ ମୋହନ ମାଝୀ । ନୂତନ ବର୍ଷ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରିଦେଉ । ଆମ ସଂସ୍କୃତି ଓ ଓଡିଆ ଅସ୍ମିତା ବିଶ୍ୱ ଦରବାରରେ ଆହୁରି ଗୌରବାନ୍ୱିତ ହେଉ । ଏପଟେ ମହାବିଷୁବ ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
ଭାରତ ଓ ବିଦେଶରେ ଥିବା ସମସ୍ତ ଦେଶବାସୀଙ୍କୁ ଶୁଭକାମନା ଜଣାଇଲେ । ଏଥିସହ ଓଡିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏକ୍ସରେ ପୋଷ୍ଟ କରି ନବବର୍ଷ ଓ ପଣା ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ । ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ସମୃଦ୍ଧି କାମନା କଲେ କଲେ ପ୍ରଧାନମନ୍ତ୍ରୀ ।



