Spread the love

ବଡ଼ବିଲ ପୌରାଞ୍ଚଳରେ କ୍ରୀଡ଼ା ସଙ୍ଘ ପକ୍ଷରୁ ନକଆଉଟ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଆୟୋଜିତ

କେନ୍ଦୁଝର ଜିଲ୍ଲାର ଖଣିଜ କ୍ଷେତ୍ର ବଡ଼ବିଲ ପୌରାଞ୍ଚଳ ତଥା ବଡ଼ବିଲ ଥାନା ଅନ୍ତର୍ଗତ ବଡ଼ବିଲ ବିକାସମହଲ ଖେଳ ପଡିଆ ଠାରେ ବଡ଼ବିଲ କ୍ରୀଡ଼ା ସଙ୍ଘ ପକ୍ଷରୁ ନକଆଉଟ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଭାରତୀୟ ଜନତା ପାର୍ଟିର ଓବିସି ମୋର୍ଚ୍ଚା ରାଜ୍ୟ ସଂଯୋଜକ ଚନ୍ଦ୍ରଗୁପ୍ତ ପ୍ରସାଦ ଯୋଗଦେଇ ଖେଳର ଉଦ୍ଘାଟନ କରିଥିଲେ ଓ ତାଙ୍କ ସହ ସ୍ୱତନ୍ତ୍ର ଅତିଥି ଭାବେ କେନ୍ଦୁଝର ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ପ୍ରତ୍ୟୁସ୍ ମହାପାତ୍ର,ବଡ଼ବିଲ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଦେବେନ୍ଦ୍ର ନାଥ ପିଙ୍ଗୁଆ, ବଡ଼ବିଲ ଥାନା ଅଧିକାରୀ ଅଶୋକ କୁମାର ନାୟକ, ବଡ଼ବିଲ ତହସିଲଦାର ରାକେଶ କୁମାର ପଣ୍ଡା, ଯୋଡ଼ା ଥାନା ଅଧିକାରୀ ପ୍ରଶାନ୍ତ ସାମଲ, ବଡ଼ବିଲ ରେଞ୍ଜର ସଞ୍ଜୀବ କୁମାର ରାଉତ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଉପସ୍ଥିତ ଥିଲେ। ଏବଂ ଏହି ଖେଳକୁ ଉପଭୋଗ କରିବା ପାଇଁ ଶତାଧିକ ସଂଖ୍ୟାରେ ଅଞ୍ଚଳର ଖେଳପ୍ରେମି ମାନେ ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା।କେନ୍ଦୁଝର ଜିଲ୍ଲାରୁ ସରୋଜ କୁମାର ମହାପାତ୍ରଙ୍କ ରିପୋର୍ଟ।

Leave a Reply

Your email address will not be published. Required fields are marked *