Spread the love

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ।ଅନୁଗୋଳ,ତା.୦୪.୦୫:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅତରଙ୍କଅଧ୍ୟକ୍ଷତାରେ କିଶୋରନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜନଶୁଣାଣି ଶିବିରରେ ସମୁଦାୟ ୪୪ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୪୦ଟି ବ୍ୟକ୍ତିଗତ ଓ ୪ଟି ଗ୍ରାମ୍ୟଭିଭିକ ଅଭିଯୋଗର ଶୁଣାଣି ହୋଇଥୁବାବେଳେ ୪ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୧ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୭ ହଜାର ୫୦୦ ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥୁଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ବବିତା ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର, ଅତିରିକ୍ତ ଆରକ୍ଷୀ ଅଧ୍ବକ୍ଷକ ଶ୍ରୀ ବିରଞ୍ଚି ବାଗ, ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧୁକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧ୍ବକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଆଠମଲ୍ଲିକ ଉପଜିଲ୍ଲାପାଳ ଶ୍ରୀ ଉପେନ୍ଦ୍ର ଲୋହା, କିଶୋରନଗର ଗୋଷ୍ଠୀ ଉନ୍ନୟନ ଅଧୂକାରୀ ଶ୍ରୀ ଶୁଭକାନ୍ତ ନାଏକ, କିଶୋରନଗର ତହସିଲଦାର ଶ୍ରୀ ବିକ୍ରମ କେଶରି ନାୟକ, ଜିଲ୍ଲା ଶିକ୍ଷା ଅଧୁକାରୀ ଶ୍ରୀ ନିରଞନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲିପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧୁକାରୀ ଶ୍ରୀ ଶ୍ରୀନିବାସ ସାହୁ, ଆସିଷ୍ଟାଣ୍ଟ କଲେକ୍ଟର ଶ୍ରୀ ସଞ୍ଜୟ କୁମାର ଭୋଇ, ମୁଖ୍ୟ ଜିଲ୍ଲା କୃଷି ଅଧୁକାରୀ ଶ୍ରୀ ବିନୋଦ କୁମାର ଦଲାଇ, ଊପ- ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀ ଅମ୍ବର ଲୁଗୁନ୍, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧୁକାରୀ ଡ. ସତ୍ୟ ନାରାୟଣ ସାହୁଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଳକ୍ ସ୍ତରୀୟ ଅଧୋକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମାଣ ଆବାସ, ଜମିଜମା ସମ୍ବ,ନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।

Leave a Reply

Your email address will not be published. Required fields are marked *