*ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*
ଅନୁଗୋଳ, ୧୧.୦୫:- ଆଜି ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବଅଁରପାଳ ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜନଶୁଣାଣି ଶିବିରରେ ସମୁଦାୟ ୨୩ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୨୦ଟି ବ୍ୟକ୍ତିଗତ ଓ ୩ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୩ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୧ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୫ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ ସମୀର କୁମାର ପଣ୍ଡା, ଜିଲ୍ଲା ପରିଷଦର ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଅନୁଗୋଳ ଉପଜିଲ୍ଲାପାଳ ଶ୍ରୀ ମାୟାଧର ବେହେରା, ଅତିରିକ୍ତ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ. କୃଷ୍ଣଚନ୍ଦ୍ର ପାଲ, ବଅଁରପାଳ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋଚନ ଦାସ, ଅନୁଗୋଳ ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ସମ୍ବିତ୍ କୁମାର, ଆସିଷ୍ଟାଣ୍ଟ କଲେକ୍ଟର ଶ୍ରୀ ସଞ୍ଜୟ କୁମାର ଭୋଇ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞ୍ଜନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଶ୍ରୀନିବାସ ସାହୁ, ଉପ-ନିର୍ଦ୍ଦେଶକ ଉଦ୍ୟାନ ଶ୍ରୀ ଅମ୍ୱର ଲୁଗୁନ୍, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ବିନୋଦ କୁମାର ଦଳାଇ, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।



