
ଅନୁଗୋଳ – ଜିଲ୍ଲା ସଡକ ସୁରକ୍ଷା କମିଟିର ଏକ ବୈଠକ ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଏମ ଅବଦାଲ ଅଖତାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି | ବୈଠକର ପ୍ରାରମ୍ଭରେ ଜିଲ୍ଲା ରାଜପଥ ଟାସ୍କ ଫୋର୍ସ ଗଠନ ଏବଂ ଏହାର କାର୍ଯକାରିତା ଉପରେ ଦୃଷ୍ଟିପାତ କରାଯାଇଥିଲା । ତତ୍ପଶ୍ଚାତ୍ ଅପ୍ରେଲ ମାସରେ ହୋଇଥିବା ଦୁର୍ଘଟଣା, ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ଓ ବିଭିନ୍ନ ପ୍ରକାର ପଦକ୍ଷେପ ଉପରେ ପରିବହନ ବିଭାଗ ଦ୍ୱାରା କମିଟି ସଭ୍ୟଙ୍କୁ ଅବଗତ କରାଯାଇଥିଲା | ପରିବହନ ବିଭାଗ ସୂଚନା ଅନୁଯାୟୀ ଗତ ଅପ୍ରେଲ ମାସରେ ଜିଲ୍ଲାରେ ମୋଟ ୨୮ଟି ଦୁର୍ଘଟଣା ଘଟିଥିବାବେଳେ ୧୪ଜଣଙ୍କର ମୃତ୍ୟୁ ଘଟିଛି ଓ ୧୪ଜଣ ଆହତ ହୋଇଛନ୍ତି |


ମାର୍ଚ୍ଚ ମାସର ମୋଟ ଦୁର୍ଘଟଣା ତୁଳନାରେ ଅପ୍ରେଲ ମାସରେ ଦୁର୍ଘଟଣା ହାର ହ୍ରାସ ପାଇଛି । ଗତ ମାସରେ ପରିବହନ ବିଭାଗ ଦ୍ୱାରା ହୋଇଥିବା ଯାଞ୍ଚ ସମୟରେ ବିନା ହେଲମେଟରେ ଗାଡି ଚାଲଣ ଯୋଗୁଁ ୧୧୨୪ ଜଣ, ଦ୍ରୁତ ଗାଡି ଚାଳନ କରିବା ଯୋଗୁଁ ୧୪୦୧ ଜଣ , ମଦ୍ୟପାନ କରି ଗାଡି ଚାଳନା ନିମନ୍ତେ ୨୬ ଜଣ, ଅତ୍ୟଧିକ ମାଲ ପରିବହନ ନିମନ୍ତେ ୬୫ ଜଣଙ୍କଠାରୁ ଜୋରିମାନା ଆଦାୟ କରାଯାଇଥିବାବେଳେ , ୪୭୮ ଜଣଙ୍କର ଲାଇସେନ୍ସ ନିଲମ୍ବନ କରାଯାଇଥିଲା । | ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର , ସହକାରୀ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିରଞ୍ଚି ବାଗ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ପ୍ରତାପ ପ୍ରୀତିମୟ , ଅନୁଗୋଳ ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ସଂବିତ୍ କୁମାର, ତାଳଚେର ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ନିଖିଳ କୁମାର ପଟ୍ଟନାୟକ, ତାଳଚେର ମୋଟରଯାନ ନିରୀକ୍ଷକ ଶ୍ରୀ ତପନ କୁମାର ବେଟୀ , ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ |




