Spread the love

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଅନୁଗୋଳ,ତା.୦୮.୦୬:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ଆଠମଲ୍ଲିକ ପଞ୍ଚାୟତ । ସମିତି ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣା କାର୍ଯ୍ୟକ୍ରମ ଅନୁଷ୍ଠିତ * ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ । ଜନଶୁଣାଣି ଣାଣି ଶିବିରରେ ସମୁଦାୟ ୧୦୦ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥୁମଧ୍ୟରୁ ୯୭ ୯୭ଟି ବ୍ୟକ୍ତିଗତ ଓ ୩ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୬ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୨ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ନିମନ୍ତେ ସୁପାରିଶ କରାଯାଇଥିବା ବେଳେ ୩ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୨୨ ହଜାର ୫୦୦ ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥୁଲା । ଏହି କାର୍ଯ୍ୟକ୍ରମରେ ଆଇଏ ଏସ୍ ପ୍ରୋବେସନର ଅଭି ଜୈନ୍, ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧୋକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଆଠମଲ୍ଲିକ ଊପଜିଲ୍ଲାପାଳ ଶ୍ରୀ ଊପେନ୍ଦ୍ର ଲୋହା, ଆଠମଲ୍ଲିକ ତହସିଲଦାର ଶ୍ରୀ ପ୍ରସନ୍ନ ଟେଟେ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞନ ସାହୁ, ଜିଲ୍ଲା ମଙ୍ଗଳ ଅଧୂକାରୀ ଶ୍ରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧୋକାରୀ ଶ୍ରୀ ଶ୍ରୀନିବାସ ସାହୁ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ବିନୋଦ କୁମାର ଦଲାଇ, ଆସିଷ୍ଟାଣ୍ଟ କଲେକ୍ଟର ଶ୍ରୀ ସଞୟ କୁମାର ଭୋଇ, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥ‌ିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବ,ନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।

Leave a Reply

Your email address will not be published. Required fields are marked *