‘ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ’ର ଶୁଭାରମ୍ଭ

ଅନୁଗୋଳ,୧୨.୦୬: ଶିଶୁ ଶ୍ରମ ନିରାକରଣ ଏବଂ ଶିଶୁମାନଙ୍କ ଅଧିକାର ସୁରକ୍ଷା ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଆଜି ଅନୁଗୋଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ “ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ”ର ଶୁଭ ଉଦଘାଟନ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର ପତାକା ଦେଖାଇ ଏହି ରଥର ଶୁଭାରମ୍ଭ କରିଥିଲେ।ଏହି ରଥ ଜିଲ୍ଲାର ସମସ୍ତ ବ୍ଲକର ବିଭିନ୍ନ ହୋଟେଲ, ଢାବା, ଗ୍ୟାରେଜ, ହାଟ ଏବଂ ଜନଗହଳିପୂର୍ଣ୍ଣ ସ୍ଥାନ ପରିଭ୍ରମଣ କରିବ। ଶିଶୁ ଶ୍ରମର କୁପ୍ରଭାବ, ଶିକ୍ଷାର ଗୁରୁତ୍ୱ ଏବଂ ପ୍ରତ୍ୟେକ ଶିଶୁଙ୍କ ପାଇଁ ଏକ ସୁରକ୍ଷିତ ତଥା ସୁନିଶ୍ଚିତ ଶୈଶବ ଗଠନ କରିବାରେ ସମାଜର ସାମୂହିକ ଦାୟିତ୍ୱ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରାଇବା ଏହି ରଥର ମୁଖ୍ୟ ଉଦ୍ଦେଶ୍ୟ। ଏହି କାର୍ଯ୍ୟକ୍ରମରେ ଯୁଗ୍ମ ଶ୍ରମ ଆୟୁକ୍ତ ଶ୍ରୀ କୁବେର ବେହେରା, ପ୍ରଭାଗୀୟ ଶ୍ରମ ଆୟୁକ୍ତ ଶ୍ରୀମତୀ ଇତିଶ୍ରୀ ଗାଗରାଇ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଗୌରୀ ଶଙ୍କର ବେହେରା, ଭାରପ୍ରାପ୍ତ ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ଦେବପ୍ରସାଦ ମହାନ୍ତି ଏବଂ ବିଶ୍ୱ ଯୁବ କେନ୍ଦ୍ରର ନିର୍ଦ୍ଦେଶକ ଶ୍ରୀ ମନୋଜ କୁମାର ମହାପାତ୍ରଙ୍କ ସମେତ ଆଠମଲ୍ଲିକ, କିଶୋରନଗର, ବଅଁରପାଳ ଓ ତାଳଚେରର ସହକାରୀ ଶ୍ରମ ଅଧିକାରୀମାନେ ଉପସ୍ଥିତ ଥିଲେ।



