
୨୦ କୋଟି ମାନବ ଦିବସ ସୃଷ୍ଟି ପାଇଁ ଲକ୍ଷ୍ୟ
ଜେ ବି ଏନ, ୧୬/୧୨/୨୦୨୦, (ରିପୋର୍ଟ, ସୁଶୀଲ କୁମାର), ଭୁବନେଶ୍ବର : ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ସବୁ ଜିଲ୍ଲାରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ରୋଜଗାର ଯୋଜନା ଏବଂ ସହରାଞ୍ଚଳ ରୋଜଗାର ଯୋଜନା ଆଦିର କାର୍ଯ୍ୟକାରୀତା ସଂପର୍କରେ ସମୀକ୍ଷା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ମହାମାରୀ ସମସ୍ତଙ୍କ ପାଇଁ ଏକ ଆହ୍ବାନ ସୃଷ୍ଟି କରିଛି ।



