ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ନୁଗୋଳ,ତା.୧୬.୦୬:– ଆଜି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ଯକ୍ଷତାରେ ଅଭିଯୋଗର ସର୍କିଟ ହାଉସ୍ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ । ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ । ଜନଶୁଣାଣି ଶିବିରରେ । ସମୁଦାୟ ୩୨ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୧୬ଟି ବ୍ୟକ୍ତିଗତ ଓ ୧୬ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୫ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୨ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୫ ହଜାର ଟଙ୍କା ଓ ୧ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୫ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା ।
ଏହି କାର୍ଯ୍ୟକ୍ରମରେ ଅନୁଗୋଳ ଉପଜିଲ୍ଲାପାଳ ଶ୍ରୀ ମାୟାଧର ବେହେରା, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞନ ସାହୁ, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଶ୍ରୀନିବାସ ସାହୁ, ମୁଖ୍ୟ ଜିଲ୍ଲା କୃଷି ଅଧୁକାରୀ ଶ୍ରୀ ବିନୋଦ କୁମାର ଦଲାଇ , ଉପ- ନିର୍ଦ୍ଦେଶକ ଉଦ୍ୟାନ ଶ୍ରୀ ଅମ୍ବର ଲୁଗୁନ୍, ଅନୁଗୋଳ ପୌରପାଳିକାର ନିର୍ବାହୀ ଅଧିକାରୀ ଶ୍ରୀ ସତ୍ୟ ପ୍ରକାଶ ତ୍ରିପାଠୀଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।




