Spread the love

ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି।ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଏହି ତ୍ରୁଟି ସୁଧାରିବା ପାଇଁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ନିଷ୍ପତ୍ତି ନେଇଛନ୍ତି।ଏହି ପରିପ୍ରେକ୍ଷୀରେ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ତିନି ଜଣିଆ କମିଟି ଗଠନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।ଏହି ତ୍ରୁଟି ପାଇଁ କେଉଁ ଅଧିକାରୀ/ସଂସ୍ଥା ଦାୟୀ ତାହା ନିର୍ଣ୍ଣୟ କରିବା ପାଇଁ ବୈଠକରେ ମୁଖମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ତିନି ଜଣିଆ ଟିମ ତଦନ୍ତ କରିବେ। ରାଜ୍ୟର ସରକାରୀ ସ୍କୁଲଗୁଡ଼ିକରେ ବଣ୍ଟାଯାଇଥିବା ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ପାଠ୍ୟପୁସ୍ତକରେ କେତେକ ପ୍ରିଣ୍ଟିଂ ଭୁଲ୍ ସାମ୍ନାକୁ ଆସିବା ପରେ ରାଜ୍ୟ ସରକାର ଏପରି ତତ୍ପରତା ପ୍ରକାଶ କରିଛନ୍ତି। ତେବେ ୭ ଦିନ ମଧ୍ୟରେ ଏହି କମିଟି ରିପୋର୍ଟ ଦାଖଲ କରିବେ ଏବଂ କମିଟିର ରିପୋର୍ଟ ଆଧାରରେ ଦାୟୀ ଅଧିକାରୀ/ସଂସ୍ଥା ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *