
ଅନୁଗୋଳ ଜିଲ୍ଲାରୁ ୪୯ ଜଣ କରୋନା ପଜିଟିଭ ଚିହ୍ନଟ
ପଜିଟିଭ ସଂଖ୍ୟା ୧୧୪୫୮ ରେ ପହଞ୍ଚିଲା
ସୁସ୍ଥ ହେଲେ ୨୮ ଜଣ ଆକ୍ରାନ୍ତ ।
(ଜେ ବି ଏନ /ସୁଶିଲ କୁମାର) ୧୬/୧୨ /୨୦୨୦ ଅନୁଗୋଳ : ଅନୁଗୋଳ ଜିଲ୍ଲାରେ ୪୯ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥୁବା ବ୍ୟକ୍ତିମାନକ ମଧ୍ୟରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତ ସଂଖ୍ୟା ୨୦୨ରେ ପହଁଞ୍ଚିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ବଅଁରପାଳ ବ୍ଳକ ଅଞ୍ଚଳ ରୁ ୧୬ ଜଣ ( ୧୧ ଜଣ ପୁରୁଷ ଓ ୫ଜଣ ମହିଳା ) , ତାଳଚେର ବ୍ଲକ ଅଞ୍ଚଳ ରୁ ୧୨ଜଣ ( ୭ଜଣ ପୁରୁଷ ଓ ୫ଜଣ ମହିଳା ) , ଅନୁଗୋଳ ପୌରାଞ୍ଚଳରୁ ୮ଜଣ ( ୭ ଜଣ ପୁରୁଷ ଓ୧ ଜଣ ମହିଳା ) , ଛେଣ୍ଡିପଦା ବ୍ଳକ ଅଞ୍ଚଳ ରୁ ୭ ଜଣ ( ୩ ଜଣ ପୁରୁଷ ଓ ୪ଜଣ ମହିଳା ) , ପାଳଲହଡା ବ୍ଳକ ଅଞ୍ଚଳ ରୁ ୩ଜଣ ( ୨ଜଣ ପୁରୁଷ ଓ ୧ଜଣ ମହିଳା ) , ଅନୁଗୋଳ ବ୍ଳକ ଅଞ୍ଚଳ ରୁ ୨ଜଣ ( ୨ ଜଣ ପୁରୁଷ ) ଓ କଣିହାଁ ବ୍ଳକ ଅଞ୍ଚଳ ରୁ ୧ଜଣ ( ୧ଜଣ ପୁରୁଷ ) ଅଛନ୍ତି । ସମସ୍ତେ ଅନ୍ୟ ଆକ୍ରାନ୍ତ ଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଥିବାର ଜଣାପଡିଛି । ଆଜି ତାଳଚେର ପୌରାଞ୍ଚଳ , କିଶୋରନଗର ବ୍ଳକ୍ , ଆଠମଲ୍ଲିକ ବ୍ଳକ , ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ କୋଭିଡ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତମାନଙ୍କୁ ନିଜ ଘରେ ଆଇସୋଲେସନ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୨୮ ଜଣ ଯାକ ହୋମ ଆଇସୋଲେସନ ରେ ଥିବାର ଜଣାପଡିଛି ।



