କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାରେ ଘଟିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ରାମନଗର ଅଞ୍ଚଳର ବିଜେପି ବୁଥ ସଭାପତି ତପନ ଦାସଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆସିଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର କରି ଏହି ଘଟଣା ଘଟିଥିବା ବେଳେ ଇଟା ଓ କାଠଫାଳିଆରେ ଆକ୍ରମଣ ଯୋଗୁଁ ତପନଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।ଘଟଣା ପରେ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି।
ଖବର ପାଇ ଜମ୍ବୁ ମେରାଇନ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ହତ୍ୟାର ପ୍ରକୃତ କାରଣ ଏବଂ ଘଟଣା ପଛରେ ଅନ୍ୟ କୌଣସି କାରଣ ରହିଛି କି ନାହିଁ, ସେନେଇ ପୁଲିସ ବିଭିନ୍ନ ଦିଗରୁ ତଦନ୍ତ ଚଳାଇଛି। ମୃତ ତପନ ଦାସ ସ୍ଥାନୀୟ ସ୍ତରରେ ବିଜେପିର ଜଣେ ସକ୍ରିୟ କର୍ମୀ ଓ ବୁଥ ସଭାପତି ଥିବାରୁ ଘଟଣାକୁ ନେଇ ରାଜନୈତିକ ମହଲରେ ମଧ୍ୟ ଚର୍ଚ୍ଚା ଜୋର ଧରିଛି।
ପୁଲିସ ପକ୍ଷରୁ କୁହାଯାଇଛି ଯେ, ତଦନ୍ତ ପରେ ଘଟଣାର ସମସ୍ତ ତଥ୍ୟ ସ୍ପଷ୍ଟ ହେବ ଏବଂ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ।
ଘଟଣା ପରେ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ଖବର ପାଇ ଜମ୍ବୁ ମେରାଇନ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।



