ଗୁରୁଜଙ୍ଗରେ ମା’ ମଙ୍ଗଳାଙ୍କ ନୂତନ ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ
ଅନୁଗୋଳ: ତାଳଚେର ବ୍ଲକ ଅନ୍ତର୍ଗତ ଗୁରୁଜଙ୍ଗ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ମା’ ମଙ୍ଗଳାଙ୍କ ନୂତନ ମନ୍ଦିର ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଭକ୍ତିପୂର୍ଣ୍ଣ ପରିବେଶରେ ଅନୁଷ୍ଠିତ ହୋଇଯାଇଛି।
ଏହି ପବିତ୍ର ଅବସରରେ ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ଯୋଗଦେଇ ମା’ ମଙ୍ଗଳାଙ୍କ ପୂଜାର୍ଚ୍ଚନା କରି ଆଶୀର୍ବାଦ ଗ୍ରହଣ କରିଥିଲେ। ସେ ମନ୍ଦିର ନିର୍ମାଣ କାର୍ଯ୍ୟ ସୁଚାରୁ ରୂପେ ସମ୍ପନ୍ନ ହେବା ସହ ଅଞ୍ଚଳବାସୀଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଥିଲେ କାର୍ଯ୍ୟକ୍ରମରେ ତାଳଚେର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ହେମଲତା ମହାନ୍ତି, ଗୁରୁଜଙ୍ଗ ଗ୍ରାମ ପଞ୍ଚାୟତର ସରପଞ୍ଚ ଶ୍ରୀମତୀ ଅମ୍ବିକା ତ୍ରିପାଠୀଙ୍କ ସମେତ ସ୍ଥାନୀୟ ବିଶିଷ୍ଟ ବ୍ୟକ୍ତିବିଶେଷ, ଜନପ୍ରତିନିଧି ଓ ବହୁ ସଂଖ୍ୟକ ଶ୍ରଦ୍ଧାଳୁ ଉପସ୍ଥିତ ରହି ମା’ ମଙ୍ଗଳାଙ୍କ ଦର୍ଶନ କରି ଆଶୀର୍ବାଦ ଲାଭ କରିଥିଲେ। ସମଗ୍ର କାର୍ଯ୍ୟକ୍ରମ ଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଥିଲା।



