ଭୁବନେଶ୍ୱର : ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ସ୍ଥିତି ଉପରେ ଅନୁଧ୍ୟାନ କରୁଛୁ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଧ୍ୟ ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ମୋହନ ପଣ୍ଡା। ଢେଙ୍କାନାଳ ଓ କଳାହାଣ୍ଡି ଜିଲାରେ ଡାକ୍ତର କାର୍ଯ୍ୟରେ ଯୋଗ ଦେଲେଣି। କେଉଁଠି ମୃତଦେହ ବ୍ୟବଚ୍ଛେଦ ହୋଇ ନ ଥିଲା, ତାହାର ସମାଧାନ ହୋଇଯାଇଛି।
ସରକାରଙ୍କ ନିୟମ ଅନୁସାରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରାଯାଇଥିବା ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।ସୂଚନାଯୋଗ୍ୟ, ରାଜ୍ୟରେ ୫୦ ପ୍ରତିଶତରୁ କମ୍ ଡାକ୍ତର ଅଛନ୍ତି। ତେଣୁ ରୋଗୀଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇବା ସମୟରେ ଡାକ୍ତରମାନେ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଅନ୍ୟପଟେ କେତେକ ସ୍ଥାନରେ ରୋଗୀଙ୍କ ସମ୍ପର୍କୀୟମାନେ ମଧ୍ୟ ଡାକ୍ତରଙ୍କ ଉପରେ ମରଣାନ୍ତକ ଆକ୍ରମଣ କରୁଛନ୍ତି। ଯାହାକୁ ନେଇ ଡାକ୍ତରମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ସୁରକ୍ଷା ସମେତ ଅନ୍ୟାନ୍ୟ ଦାବି ନେଇ ଡାକ୍ତରମାନେ ଅନ୍ଦୋଳନକୁ ଓହ୍ଲାଇଛନ୍ତି।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-05-14_06-19-38-643-2-scaled.jpg)


