
ଅନୁଗୋଳ,ତା.୦୬.୦୭:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ପାଳଲହଡା ଉପଜିଲ୍ଲାପାଳଙ୍କ ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ । ଜନଶୁଣାଣି ଶିବିରରେ ସମୁଦାୟ ୫୪ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୪୭ଟି ବ୍ୟକ୍ତିଗତ ଓ ୭ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି କରାଯାଇଥିଲା । ୩ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୨୦ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଊଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧୂକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ପାଳଲହଡା ଊପଜିଲ୍ଲାପାଳ ଶ୍ରୀ ରବିନ୍ଦ୍ର କୁମାର ପଟେଲ, ପାଲଲହଡା ତହସିଲଦାର ଆକାଂକ୍ଷା ମହାପାତ୍ର, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧୂକାରିଣୀ ଶ୍ରୀମତୀ ପ୍ରତିଭା ବାରିକ, ଜିଲ୍ଲା ମଙ୍ଗଳ ଅଧୂକାରୀ ଶ୍ରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଶ୍ରୀନିବାସ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପୁଷ୍ପାଞ୍ଜଳୀ ଶତପଥ୍, ମୁଖ୍ୟ ଜିଲ୍ଲା କୃଷି ଅଧୂକାରୀ ଶ୍ରୀ ବିନୋଦ କୁମାର ଦଲାଇ, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥୁବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମାଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।




