ଫ୍ରାନ୍ସ ରାଷ୍ଟ୍ରପତିଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ଉତ୍ତମ ସ୍ୱାସ୍ଥ୍ୟ ଲାଗି ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଫ୍ରାନ୍ସ ରାଷ୍ଟ୍ରପତିଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ଉତ୍ତମ ସ୍ୱାସ୍ଥ୍ୟ ଲାଗି ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ଜେ ବି ଏନ, ୧୮/୧୨/୨୦୨୦, (ରିପୋର୍ଟ, ସୁଶୀଲ କୁମାର), ନୂଆଦିଲ୍ଲୀ : କୋଭିଡ-19 ପଜିଟିଭ ଥିବା ପରୀକ୍ଷଣରୁ ଜଣାପଡିବା ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫ୍ରାନ୍ସ ରାଷ୍ଟ୍ରପତି ମିଷ୍ଟର ଇମାନୁଏଲ ମାକ୍ରୋନଙ୍କ ଆଶୁ ଆରୋଗ୍ୟ କାମନା କରିବା ସହିତ ଉତ୍ତମ ସ୍ବାସ୍ଥ୍ୟ ଲାଗି ଶୁଭେଚ୍ଛା ଜଣାଇଛନ୍ତି ।
“ମୋର ପ୍ରିୟ ବନ୍ଧୁ ଇମାନୁଏଲ ମାକ୍ରୋନଙ୍କୁ ଆଶୁ ଆରୋଗ୍ୟ ଏବଂ ଉତ୍ତମ ସ୍ୱାସ୍ଥ୍ୟ ଲାଗି ଶୁଭେଚ୍ଛା ଜଣାଉଛି ।