ଭୁବନେଶ୍ୱର: ରାଜ୍ୟରେ ପୁଣି ଜଣେ ସରକାରୀ ଯନ୍ତ୍ରୀ ଭିଜିଲାନ୍ସ ସ୍କାନରକୁ ଆସିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ନିର୍ମାଣ ନିଗମ ଲିମିଟେଡ୍ର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର କିସପଟ୍ଟାଙ୍କ ବାସଭବନ ସମେତ ୭ଟି ସ୍ଥାନରେ ଆଜି (ସୋମବାର) ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ କରାଯାଉଛି। ଶ୍ରୀ କିସପଟ୍ଟା ପୂର୍ବରୁ କୋରାପୁଟ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଥିବା ବେଳେ ତାଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ନେଇ ଅଭିଯୋଗ ହୋଇଥିଲା।
ଜୟପୁର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ସର୍ଚ୍ଚ ୱାରେଣ୍ଟ (ଯାଞ୍ଚ ପରୱାନା) ବଳରେ ଏହି ଚଢ଼ାଉ ଜାରି ରହିଛି।



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/09/Picsart_26-05-14_06-19-38-643-16-scaled.jpg)