ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି

ଅନୁଗୋଳ,ତା.୨୦.୦୭:- ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୫୭ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥୁମଧ୍ୟରୁ ୫୨ଟି ବ୍ୟକ୍ତିଗତ ଓ ୫ଟି ଗ୍ରାମ୍ୟଭିଭିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୩ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୩ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୧୫ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।




