ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଅନୁଗୋଳ,ତା.୦୩.୦୮:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ପଞ୍ଚାୟତ ସମିତି ସଭାଗୃହ, ଆଠମଲ୍ଲିକ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ । ଜନଶୁଣାଣି ଶିବିରରେ ସମୁଦାୟ ୨୩ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୨୦ଟି ବ୍ୟକ୍ତିଗତ ଓ ୩ଟି ଗ୍ରାମ୍ୟଭିଭିକ ଅଭିଯୋଗ ଶୁଣାଣି ହୋଇଥିବାବେଳେ ୩ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୩ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୧୫ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଊଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧୀକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ମଦନ ମୋହନ ପ୍ରଧାନ, ଆସିଷ୍ଟାଣ୍ଟ କଲେକ୍ଟର ଶ୍ରୀ ସଞୟ କୁମାର ଭୋଇ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧୁକାରିଣୀ ମଧୁସ୍ମିତା ନନ୍ଦ, ଜିଲ୍ଲା ମଙ୍ଗଳ ଅର୍ଧକାରୀ ଶ୍ରୀ ଦିଲ୍ଲିପ କୁମାର ମିଶ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପୁଷ୍ପାଞ୍ଜଳୀ ଶତପଥ୍, ଊପ- ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀ ଅମ୍ବର ଲୁଗୁନ୍, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ମନିଷ ଏକ୍କାଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।



