ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି ।

ଅନୁଗୋଳ,ତା.୦୩.୦୮:- ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୫୪ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୫୦ଟି ବ୍ୟକ୍ତିଗତ ଓ ୪ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୫ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୧ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୭ ହଜାର ୫୦୦ ଟଙ୍କା ଓ ୮ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୪୦ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।




