Warning: Attempt to read property "post_excerpt" on null in /home/jagratbharatnews/public_html/wp-content/themes/newsup/inc/ansar/hooks/hook-index-main.php on line 116
Spread the love

 

ଢେଙ୍କାନାଳ ସିଭିଲକୋର୍ଟ ପରିସରରେ ପ୍ରଥମରାଷ୍ଟ୍ରୀୟଲୋକ ଅଦାଲତ
ଜେ. ବି. ଏନ୍ (୧୯/୧୨ /୨୦୨୦)
ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲାର ବିଭିନ୍ନ ଅଦାଲତରେ ୪ର୍ଥ ରାଷ୍ଟ୍ରୀୟଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ଜିଲ୍ଲା ଓ ଦୌରାଜଜ୍ ତଥା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଅଧ୍ୟକ୍ଷ ଶ୍ରୀଯୁକ୍ତ ଶରତ କୁମାର ଦେହୁରୀ ଙ୍କ ତତ୍ତ୍ଵାବଧାନରେ ଢେଙ୍କାନାଳ ସିଭିଲକୋର୍ଟ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଅଛି । ଏହି ଲୋକ ଅଦାଲତରେ ଜିଲ୍ଲାର ସମସ୍ତ ଅଦାଲତର ମୋଟ ୧୫୬ଟି ମାମଲା ଫଏସଲା କରାଯାଇଅଛି । ସେଥିମଧ୍ୟରୁ ମୋଟର ଦୁର୍ଘଟଣାଜନିତ ୩୮ଟି , ବିବାହ ଏବଂ ପାରିବାରିକ ମାମଲା ୯ଟି , ଦେୱାନୀ ମାମଲା ୮୮ ଟି , ବିଭିନ୍ନ ପ୍ରକାରର ପୌଜଦାରୀ ମାମଲା ୨୧ ଟି ଏବଂ ବ୍ୟାଙ୍କ ମାମଲା ଗୁଡିକ ଆପୋଷ ଭାବରେ ସମାଧାନ କରାଯାଇଛି । ମୋଟର ଦୁର୍ଘଟଣାଜନିତ ପ୍ରାପ୍ୟବାବଦକୁ ୧ , ୩୭ , ୨୪ , ୦୦୦ ଟଙ୍କା ପ୍ରଦାନ କରାଯାଇଅଛି ଏବଂ ଅନ୍ୟାନ୍ୟ ମାମଲା ଗୁଡିକରେ ଜୋରିମାନା ଓ ବ୍ୟାଙ୍କ ରଣ ଫଏସଲା ବାବଦକୁ .୫୭ , ୫୮ , ୫୧୨ ଟଙ୍କା ଜିଲ୍ଲାର ସମସ୍ତ ଅଦାଲତ ମାନଙ୍କରେ ଆଦାୟ କରାଯାଇଅଛି । ଢେଙ୍କାନାଳ ସିଭିଲକୋର୍ଟ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଥିବା ରାଷ୍ଟ୍ରୀୟଲୋକ ଅଦାଲତରେ ସ୍ଥାୟୀ ଲୋକ ଅଦାଲତର ଅଧ୍ୟକ୍ଷ ଶ୍ରୀ ଅମିୟ କୁମାର ସାହୁ , ପାରିବାରିକ ଅଦାଲତର ବିଚାରପତି ଦିପ୍ତି ରଂଜନ କାନୁନ୍‌ଗୋ , ଅତିରିକ୍ତ ଜିଲ୍ଲା ଜଜ ଶ୍ରୀ ରାଜ୍‌କିଶୋର ମହାପାତ୍ର , ମୁଖ୍ୟ ବିଚାରବିଭାଗିୟ ମାଜିଷ୍ଟ୍ରେଟ୍ର ମୁକ୍ତି ରଞ୍ଜନ ଶତପଥୀ , ବରିଷ୍ଟ ଦେଓନୀବିଚାରପତି ଶ୍ରୀ ସୁବାସ ଚନ୍ଦ୍ର ଧଳ , ଅତିରିକ୍ତ ବରିଷ୍ଟ ଦେୱାନୀ ଅଦାଲତ ବିଚାରପତି ଶ୍ରୀ ଛାୟାକାନ୍ତ ଦାଶ , ବରିଷ୍ଟ ଦେୱାନୀ ଅଦାଲତ ( ଏଲ.ଆର.ଓଏଲ୍ , ଟି.ଭି ) ବିଚାରପତି ଶ୍ରୀ ସୁଶିଲ କୁମାର ସାହୁ , ବରିଷ୍ଟ ଦେୱାନୀ ବିଚାରପତି ( ମହିଳା ଅଦାଲତ ) ଶ୍ରୀମତୀ ସାବିତ୍ରୀ ନାୟକ , ଭାରାପ୍ରପ୍ତ ଉପଖଣ୍ଡ ବିଚାରବିଭାଗିୟ ମାଜିଷ୍ଟ୍ରେଟ ଶ୍ରୀମତି ରାଜଶ୍ରୀ ଆର୍ଯ୍ୟବାଳା ତ୍ରିପାଠୀ , ପ୍ରଥମ ଶ୍ରେଣୀ ବିଚାରବିଭାଗିୟ ମାଜିଷ୍ଟ୍ରେଟ ମୌତ୍ରୀସାମନ୍ତରାୟ , ନିଶ ଅଗ୍ରୱାଲ , ଦ୍ବିତୀୟ ଶ୍ରେଣୀ ବିଚାରବିଭାଗିୟ ମାଜିଷ୍ଟ୍ରେଟ ଶ୍ରୀମୟୀ ନନ୍ଦ ବିଭିନ୍ନ ଅଦାଲତ ଗୁଡିକ ପରିଚାଳନାକରିଥିଲେ । ଉକ୍ତଲୋକଅଦାଲତ ରେ ରେଜିଷ୍ଟ୍ରର ସିଭିଲକୋର୍ଟ ଶ୍ରୀମତି ଲୋପାମୁଦ୍ରା ପଣ୍ଡା ଉପସ୍ଥିତଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ତଥା ସ୍ଥାୟୀ ଏବଂ ନିରନ୍ତରଲୋକ ଅଦାଲତର ବିଚାରପତି ଶ୍ରୀ ସୁକାନ୍ତ କିଶୋର ଜେନା , ସରକାରୀ ଆଇନଜୀବି ଶ୍ରୀ ପତିତପାବନ ମହାପାତ୍ର , କନସିଲିଏଟର , ସ୍ଥାୟୀ ଏବଂ ନିରନ୍ତରଲୋକ ଅଦାଲତ ସୁଭାସିନି ମହାକୁଡ , ସ୍ଥାୟୀ ଏବଂ ନିରନ୍ତରଲୋକ ଅଦାଲତକୁ ପରିଚାଳନା କରିଥିଲେ ।ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ପ୍ୟାନେଲଲୟର , ପି.ଏଲ. ଭି . , ଜିଲ୍ଲା ଆଇନ ସେବା ପ୍ରାଧିକରଣ ଓ ସିଭିଲ୍‌କୋର୍ଟର ସମସ୍ତକର୍ମଚାରୀ ଉପରୋକ୍ତ ଲୋକ ଅଦାଲତକୁ ସୁଚାରରୂପେ ପରିଚାଳନା କରିବାରେ ସହାୟତା କରିଥିଲେ ।