ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ
ଅନୁଗୋଳ, ତା. ୧୦.୦୮.୨୦୨୬: ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ପଞ୍ଚାୟତ ସମିତି ସଭାଗୃହ, ତାଳଚେରଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଜନଶୁଣାଣି ଶିବିରରେ ସମୁଦାୟ ୫୯ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୪୨ଟି ବ୍ୟକ୍ତିଗତ ଓ ୧୭ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗ ଶୁଣାଣି ହୋଇଥିବାବେଳେ ୩ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ୩ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୩୦ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା।
ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ. ମଦନ ମୋହନ ପ୍ରଧାନ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ ରାଜୀବ ଲୋଚନ ପଣ୍ଡା, ତାଳଚେର ଉପଜିଲ୍ଲାପାଳ ଶ୍ରୀ ଆଶିଷ ରଞ୍ଜନ ସାହୁ, ତାଳଚେର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁଶାନ୍ତ କୁମାର ବରାଳ, ତାଳଚେର ତହସିଲଦାର ଶ୍ରୀ ଆଲଫା ଜେନା, ଆସିଷ୍ଟାଣ୍ଟ କଲେକ୍ଟର ଶ୍ରୀ ସଞ୍ଜୟ କୁମାର ଭୋଇ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନନ୍ଦ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଶ୍ରୀନିବାସ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପୁଷ୍ପାଞ୍ଜଳି ଶତପଥୀ, ଉପ ନିର୍ଦ୍ଦେଶକ ଉଦ୍ୟାନ ଶ୍ରୀ ଅମର ଲୁଗୁନ୍, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ମନୀଷ ଏକ୍ସାଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।
ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।

August 15, 2026/
No Comments


