
ଅନୁଗୋଳ ଜିଲ୍ଲାରୁ ୩୦ ଜଣ କରୋନା ପଜିଟିଭ ଚିହ୍ନଟ
ପଜିଟିଭ ସଂଖ୍ୟା ୧୧୬୧୦ରେ ପହଞ୍ଚିଲା
ସୁସ୍ଥ ହେଲେ ୨୮ ଜଣ ଆକ୍ରାନ୍ତ ।
(ଜେ ବି ଏନ /ସୁଶିଲ କୁମାର) ୨୦/୧୨ /୨୦୨୦ ଅନୁଗୋଳ : ଅନୁଗୋଳ ଜିଲ୍ଲାରେ ୩୦ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତିମାନଂକ ମଧ୍ୟରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତ ସଂଖ୍ୟା ୨୦୫ ରେ ପହଞ୍ଚିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ କଣିହାଁ ବ୍ଳକ ଅଞ୍ଚଳରୁ ୮ଜଣ ( ୬ଜଣ ପୁରୁଷ ଓ ୨ଜଣ ମହିଳା ) , ଛେଣ୍ଡିପଦା ବ୍ଳକ ଅଞ୍ଚଳରୁ ୭ ଜଣ ( ୩ଜଣ ପୁରୁଷ ଓ ଜଣ ମହିଳା ) , ବଅଁରପାଳ ବ୍ଳକ ଅଞ୍ଚଳରୁ ୬ଜଣ ( ୫ଜଣ ପୁରୁଷ ଓ ୧ଜଣ ମହିଳା ) , ଅନୁଗୋଳ ବ୍ଳକ ଅଞ୍ଚଳରୁ ୫ଜଣ ( ୩ଜଣ ପୁରୁଷ ଓ ୨ଜଣ ମହିଳା ) , ତାଳଚେର କ୍ଲକ ଅଞ୍ଚଳରୁ ୩ଜଣ ( ୧ଜଣ ପୁରୁଷ ଓ ୨ଜଣ ମହିଳା ) ଓ ଅନୁଗୋଳ ପୌରାଞ୍ଚଳରୁ ୧ଜଣ ( ୧ ଜଣ ପୁରୁଷ ) ଅଛନ୍ତି | ସମସ୍ତେ ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଥିବାର ଜଣାପଡିଛି । ଆଜି ପାଳଲହଡା ବ୍ଳକ ତାଳଚେର ପୌରାଞ୍ଚଳ , କିଶୋରନଗର ବ୍ଳକ , ଆଠମଲ୍ଲିକ ବ୍ଳକ ଓ ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି ।

ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ କୋଭିଡ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ୨୮ଜଣ ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୩ଜଣ କୋଭିଡ ହସ୍ପିଟାଲରୁ ଓ ୨୫ ଜଣ ହୋମ ଆଇସୋଲେସନ ରୁ ସୁସ୍ଥ ହୋଇଛନ୍ତି ।



