Warning: Attempt to read property "post_excerpt" on null in /home/jagratbharatnews/public_html/wp-content/themes/newsup/inc/ansar/hooks/hook-index-main.php on line 116
Spread the love

ମହାନଦୀ ବନ୍ଦର କାର୍ଯ୍ୟ ତ୍ବରାନ୍ବିତ ହେବ

ଜେ ବି ଏନ, ୨୨/୧୨/୨୦୨୦, (ରିପୋର୍ଟ, ସୁଶୀଲ କୁମାର), ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆଜି ସୋମବାର ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀଙ୍କ ନେତୃତ୍ବରେ 5T ସଚିବ ଶ୍ରୀ ଭି.କେ ପାଣ୍ଡିଆନ ଏବଂ ବାଣିଜ୍ୟ ଓ ପରିବହନ ସ୍ଵତନ୍ତ୍ର ସଚିବ ଶ୍ରୀ ମନୋଜ ମିଶ୍ରଙ୍କ ଏକ ଉଚ୍ଚସ୍ତରୀୟ ଟିମ ପ୍ରସ୍ତାବିତ ମହାନଦୀ ବନ୍ଦର ଅଞ୍ଚଳ ପରିଦର୍ଶନ କରିଛନ୍ତି । ମହାକାଳପଡ଼ା ବିଧାୟକ ଶ୍ରୀ ଅତନୁ ସବ୍ୟସାଚୀ ନାୟକ ପ୍ରସ୍ତାବିତ ବନ୍ଦର ଅଞ୍ଚଳରେ ଉପସ୍ଥିତ ରହି ପ୍ରକଳ୍ପ ବିଷୟରେ ଆଲୋଚନା କରିଥିଲେ ।

 

କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ୍ ଆଖଡାଶାଳି ଗ୍ରାମ ଅଞ୍ଚଳରେ ହେବାକୁ ଯାଉଥିବା ଏହି ବନ୍ଦର ସବୁଦିନିଆ ବହୁମୁଖୀ ସେବା ଯୋଗାଇବ । ବାର୍ଷିକ ୫୪ ମେଟ୍ରିକ୍ ଟନ୍‌ କ୍ଷମତା ସମ୍ପନ୍ନ ଏହି ବନ୍ଦର ୪.୦୬୨ କୋଟି ଟଙ୍କା ବ୍ୟୟରେ ପିପିପି ମୋଡରେ ନିର୍ମାଣ ହେବାକୁ ଯାଉଛି। ଯାହାର ୨୨ ମେଟ୍ରିକ୍ ଟନ୍‌ କ୍ଷମତା ପ୍ରଥମ ପର୍ଯ୍ୟାୟରେ କାର୍ଯ୍ୟକାରୀ ହେବ ଏନେଇ ସହାୟକ ଭିତ୍ତିଭୂମି ଯେପରି ରାସ୍ତାଘାଟ , ରେଳ ଯୋଗାଯୋଗ ଆଦି ବିକାଶ ଦାୟିତ୍ବ ପାରାଦୀପ ପୋର୍ଟ ଟ୍ରଷ୍ଟକୁ ପ୍ରଦାନ କରାଯାଇଛି ।

You missed