ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି ଶିବିର, ୪୩ ଅଭିଯୋଗ ଗ୍ରହଣ
ଅନୁଗୋଳ, ୨୪ ଅଗଷ୍ଟ: ଅନୁଗୋଳ ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖ୍ତରଙ୍କ ଅଧ୍ୟକ୍ଷତାରେ କିଶୋରନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।
ଏହି ଜନଶୁଣାଣି ଶିବିରରେ ସମୁଦାୟ ୪୩ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୩୦ଟି ବ୍ୟକ୍ତିଗତ ଏବଂ ୧୩ଟି ଗ୍ରାମ୍ୟ ସମସ୍ୟା ସମ୍ପର୍କିତ ଅଭିଯୋଗ ଥିଲା। ଏଥିରୁ ୫ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା।
ଏହି ଅବସରରେ ୩ ଜଣ ହିତାଧିକାରୀଙ୍କୁ ରେଡ୍କ୍ରସ ପାଣ୍ଠିରୁ ଚିକିତ୍ସା ସହାୟତା ବାବଦରେ ୨୫ ହଜାର ଟଙ୍କା ପ୍ରଦାନ କରାଯାଇଥିଲା।
କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ବବିତା ପ୍ରଧାନ, କିଶୋରନଗର ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଶ୍ରୀ ଲବ କୁମାର ପ୍ରଧାନ, ଆଇଏଏସ୍ ପ୍ରୋବେସନର ଅଭି ଜୈନ୍, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତଙ୍କ ସମେତ ବିଭିନ୍ନ ଜିଲ୍ଲା ଓ ବ୍ଲକସ୍ତରୀୟ ଅଧିକାରୀ ଯୋଗଦେଇଥିଲେ।
ଏହି ଶିବିରରେ ଆଠମଲ୍ଲିକ ଏସ୍ଡିପିଓ ଶ୍ରୀ ସୁଶାନ୍ତ କୁମାର ଟାଉଡିଆ, କିଶୋରନଗର ବିଡିଓ ଶ୍ରୀ ଶୁଭକାନ୍ତ ନାଏକ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନନ୍ଦ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଶ୍ରୀନିବାସ ସାହୁ, ଆସିଷ୍ଟାଣ୍ଟ କଲେକ୍ଟର ଶ୍ରୀ ସଞ୍ଜୟ କୁମାର ଭୋଇ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପୁଞ୍ଜାଞ୍ଜଳି ଶତପଥୀ, ଉପନିର୍ଦ୍ଦେଶକ ଉଦ୍ୟାନ ଶ୍ରୀ ଅମର ଲୁଗୁନ୍, ଜିଲ୍ଲା ଶିଳ୍ପ କେନ୍ଦ୍ରର ମହାପ୍ରବନ୍ଧକ ଶ୍ରୀ ଶିବାଶିଷ କାନୁନଗୋ, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁ ଓ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ମନିଷ ଏକ୍କାଙ୍କ ସମେତ ବହୁ ଅଧିକାରୀ ଉପସ୍ଥିତ ଥିଲେ।
ଜନଶୁଣାଣି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ପର୍କିତ ସମସ୍ୟା ସମେତ ବିଭିନ୍ନ ବ୍ୟକ୍ତିଗତ ଅଭିଯୋଗ ଦାଖଲ କରିଥିଲେ। ଅଭିଯୋଗଗୁଡ଼ିକର ତ୍ୱରିତ ସମାଧାନ ଏବଂ ଆବଶ୍ୟକ ପଦକ୍ଷେପ ନେବାକୁ ସମ୍ପୃକ୍ତ ଅଧିକାରୀମାନଙ୍କୁ ଅବଗତ କରାଯାଇଥିଲା।



