ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକଙ୍କ ମାତାଙ୍କ ବିୟୋଗରେ ଶୋକ
ଭୁବନେଶ୍ୱର: ବିଜେପିର ବରିଷ୍ଠ ନେତା ତଥା ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକଙ୍କ ପୂଜ୍ୟ ମାତା ଶ୍ରୀମତୀ ଶୁଭ ନାଏକଙ୍କ ବିୟୋଗରେ ଶୋକର ଛାୟା ଖେଳିଯାଇଛି।

ତାଙ୍କ ବିୟୋଗ ଖବରରେ ଗଭୀର ଦୁଃଖ ପ୍ରକାଶ କରି ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଯାଇଛି। ଏହି ଦୁଃଖଦ ସମୟରେ ପରିବାରକୁ ଏହି ଅପୂରଣୀୟ କ୍ଷତି ସହିବା ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥ ଅସୀମ ଧୈର୍ଯ୍ୟ ଓ ଶକ୍ତି ପ୍ରଦାନ କରନ୍ତୁ ବୋଲି ପ୍ରାର୍ଥନା କରାଯାଇଛି।
ଦିବଙ୍ଗତ ଆତ୍ମାର ସଦଗତି ଓ ଚିରଶାନ୍ତି ପାଇଁ ମଧ୍ୟ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରାଯାଇଛି।



