Spread the love

ସମବାୟ ସଦସ୍ୟତା ମହାଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ: ଗ୍ରାମାଞ୍ଚଳର ପ୍ରତ୍ୟେକ ପରିବାରକୁ ସମବାୟ ସମିତି ସହ ଯୋଡ଼ିବା ପାଇଁ ଅଭିଯାନ

ଅନୁଗୋଳ, ୨୫.୦୯ : ଭୁବନେଶ୍ୱରସ୍ଥିତ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (OUAT) ର କୃଷି ଶିକ୍ଷା ସଦନଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝିଙ୍କ କରକମଳରେ ସମବାୟ ସଦସ୍ୟତା ମହାଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ ହୋଇଯାଇଛି। ସ୍ଥାନୀୟ ବ୍ଲାକ୍ ଡାଇମଣ୍ଡଠାରେ ଏହି ଉତ୍ସବର ସିଧାପ୍ରସାରଣ ଆଭାସୀ ମାଧ୍ୟମରେ ପ୍ରଦର୍ଶିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ। ଗ୍ରାମାଞ୍ଚଳର ପ୍ରତ୍ୟେକ ପରିବାରରୁ ଅନ୍ୟୁନ ଜଣେ ସଦସ୍ୟଙ୍କୁ ସମବାୟ ସମିତି ସହ ଯୋଡ଼ିବା ଏହି ମହାଭିଯାନର ମୁଖ୍ୟ ଲକ୍ଷ୍ୟ। ଏଥିସହିତ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ମହିଳା ଓ ଯୁବପିଢ଼ିଙ୍କୁ ସମବାୟ କ୍ଷେତ୍ରରେ ଅଗ୍ରାଧିକାର ପ୍ରଦାନ କରିବା ପାଇଁ ସ୍ୱତନ୍ତ୍ର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ମାନ୍ୟବର ସମ୍ବଲପୁର ସାଂସଦଙ୍କ ପ୍ରତିନିଧି ଶ୍ରୀ ସୁଦିପ ଗଡ଼ନାୟକ, ମାନ୍ୟବର ଢେଙ୍କାନାଳଙ୍କ ସାଂସଦଙ୍କ ପ୍ରତିନିଧି ଶ୍ରୀ ପ୍ରଭାତ କୁମାର ପ୍ରଧାନ, ମାନ୍ୟବର ଛେଣ୍ଡିପଦା ବିଧାୟକଙ୍କ ପ୍ରତିନିଧି ଶ୍ରୀ ଚୌଧୁରୀ ପ୍ରଧାନ,ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କର ସଭାପତି ଶ୍ରୀ ସନ୍ତୋଷ କୁମାର ପ୍ରଧାନ, ଅନୁଗୋଳ ଉପଜିଲ୍ଲାପାଳ ଶ୍ରୀ ମାୟାଧର ବେହେରା, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶ୍ରୀ ଦିବ୍ୟ ସ୍ୱରୂପ ପଣ୍ଡା, ମୁଖ୍ୟ ଜିଲ୍ଲା ପଶୁ ଚିକିତ୍ସା ଅଧିକାରୀ ଡ଼. ସତ୍ୟ ନାରାୟଣ ସାହୁ, ଜିଲ୍ଲା ମତ୍ସ୍ୟ ଅଧିକାରୀ ଶ୍ରୀ ପ୍ରଶାନ୍ତ କୁମାର ପାଣିଗ୍ରାହୀ, ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଦୀପ କୁମାର ପରିଡ଼ାଙ୍କ ସମେତ ସମବାୟ ବିଭାଗର ସମସ୍ତ ଅଧିକାରୀ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG) ର ସଦସ୍ୟାପ୍ରମୁଖ ଉପସ୍ଥିତ ଥିଲେ। ଅନୁଗୋଳ ପ୍ରଭାଗ ସମବାୟ ସମିତି ସମୂହର ଉପ-ନିବନ୍ଧକ ଶ୍ରୀ ଉମାଶଙ୍କର ଦାଶ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Leave a Reply

Your email address will not be published. Required fields are marked *