ମଧ୍ୟପ୍ରଦେଶ ଦୁର୍ଘଟଣାରେ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ: ୫ ଲକ୍ଷ ଟଙ୍କା ଅନୁକମ୍ପା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମଧ୍ୟପ୍ରଦେଶରେ ଘଟିଥିବା ଏକ ଦୁଃଖଦ ଦୁର୍ଘଟଣାରେ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ରାଜ୍ୟ ସରକାର ଏହି କଠିନ ସମୟରେ ପରିବାରଗୁଡ଼ିକ ସହ ରହିଥିବା କହିଛନ୍ତି।
ମୃତକଙ୍କ ପରିବାରକୁ ତୁରନ୍ତ ସହାୟତା ଯୋଗାଇବା ପାଇଁ ପ୍ରତ୍ୟେକ ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଓଡ଼ିଶା ସରକାରଙ୍କ ଅଧିକାରୀମାନେ ମଧ୍ୟପ୍ରଦେଶ ସରକାର ଓ ସ୍ଥାନୀୟ ପ୍ରଶାସନ ସହ ନିରନ୍ତର ସମନ୍ୱୟ ରକ୍ଷା କରୁଛନ୍ତି। ଆବଶ୍ୟକ ଔପଚାରିକତା ଶୀଘ୍ର ସମ୍ପନ୍ନ କରି ମୃତକମାନଙ୍କ ପାର୍ଥିବ ଶରୀରକୁ ସସମ୍ମାନେ ଓଡ଼ିଶା ଫେରାଇ ଆଣିବା ପାଇଁ ବ୍ୟବସ୍ଥା ଚାଲିଛି।
ସୂଚନାଯୋଗ୍ୟ, ମଧ୍ୟପ୍ରଦେଶର ଆଗର-ମାଲୱା ଜିଲ୍ଲା ନଳଖେଡ଼ା ନିକଟସ୍ଥ ମା’ ବାଗଲାମୁଖୀ ମନ୍ଦିର ନିକଟରେ ବର୍ଷାଜଳରେ ଫୁଲିଥିବା ଏକ ନାଳରେ ଗାଡ଼ି ଭାସିଯିବାରୁ ଓଡ଼ିଶାର ୭ ଜଣଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟ ହୋଇଛି।
ଘଟଣା ପରେ ଦୁଇ ରାଜ୍ୟର ପ୍ରଶାସନ ମଧ୍ୟରେ ସମନ୍ୱୟ ଜାରି ରହିଛି। ମୃତକଙ୍କ ପାର୍ଥିବ ଶରୀର ଓଡ଼ିଶାକୁ ଆଣିବା ସହ ପରିବାରବର୍ଗଙ୍କୁ ଆବଶ୍ୟକ ସହଯୋଗ ଯୋଗାଇବା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି।


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/09/Picsart_26-05-14_06-19-38-643-15-scaled.jpg)
