ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ।

ଅନୁଗୋଳ, ତା.୨୧.୦୯:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ପାଲଲହଡ଼ା ଉପଜିଲ୍ଲାପାଳଙ୍କ ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜନଶୁଣାଣି ଶିବିରରେ ସମୁଦାୟ ୯୮ ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୮୧ ଟି ବ୍ୟକ୍ତିଗତ ଓ ୧୭ ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୬ ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ୪ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୧୨ ହଜାର ୫୦୦ ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା।
ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଆଇ ଏ ଏସ୍ ପ୍ରୋବେସନର ଅଭି ଜୈନ୍, ପାଲଲହଡ଼ା ଉପଜିଲ୍ଲାପାଳ ଶ୍ରୀ ରବିନ୍ଦ୍ର କୁମାର ପଟେଲ, ପାଲଲହଡ଼ା ତହସିଲଦାର ଆକାଂକ୍ଷା ମହାପାତ୍ର, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ଶ୍ରୀମତୀ ମଧୁସ୍ମିତା ନନ୍ଦ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲିପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଶ୍ରୀନିବାସ ସାହୁ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଦିବ୍ୟ ସ୍ୱରୂପ ପଣ୍ଡା, ଉପ-ନିର୍ଦ୍ଦେଶକ ଉଦ୍ୟାନ ଶ୍ରୀ ଅମର କୁଜୁର, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ। ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।




