ଖ୍ରୀଷ୍ଟମାସ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ଜେ ବି ଏନ, ୨୫/୧୨/୨୦୨୦, (ରିପୋର୍ଟ, ସୁଶୀଲ କୁମାର), ନୂଆଦିଲ୍ଲୀ ::ଖ୍ରୀଷ୍ଟମାସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
“ବଡ଼ଦିନର ହାର୍ଦ୍ଦିକ ଅଭିନନ୍ଦନ! ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଜୀବନ ଏବଂ ଆଦର୍ଶ ସମଗ୍ର ବିଶ୍ୱରେ ଲକ୍ଷ ଲକ୍ଷ ଲୋକଙ୍କୁ ଶକ୍ତି ଓ ପ୍ରେରଣା ପ୍ରଦାନ କରିଛି| ତାଙ୍କ ବାଣୀ ଏକ ନ୍ୟାୟପୂର୍ଣ୍ଣ ଏବଂ ସମାବେଶୀ ସମାଜ ଗଠନର ବାଟ ଦେଖାଉ। ସମସ୍ତେ ଖୁସିରେ ରୁହନ୍ତୁ ଏବଂ ସୁସ୍ଥ ରୁହନ୍ତୁ,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।



