
ଅନୁଗୋଳ ଜିଲ୍ଲାରୁ ୨୧ ଜଣ କରୋନା ପଜିଟିଭ ଚିହ୍ନଟ
ପଜିଟିଭ ସଂଖ୍ୟା ୧୧୭୫୪ ରେ ପହଞ୍ଚିଲା
ସୁସ୍ଥ ହେଲେ ୪୮ ଜଣ ଆକ୍ରାନ୍ତ ।
ଜେ. ବି. ଏନ୍ (୨୫/୧୨ /୨୦୨୦)
ଅନୁଗୋଳ : ଅନୁଗୋଳ ଜିଲ୍ଲାରେ ୨୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କୁ ମଧ୍ୟରେ ଛେଣ୍ଡିପଦା ବ୍ଳକ୍ ଅଞ୍ଚଳରୁ ୯ ଜଣ ( ୫ଜଣ ପୁରୁଷ ଓ ୪ଜଣ ମହିଳା ) , ବଅଁରପାଳ ବ୍ଳକ୍ ଅଞ୍ଚଳରୁ ୭ଜଣ ( ୫ଜଣ ପୁରୁଷ ଓ ୨ଜଣ ମହିଳା ) , ଅନୁଗୋଳ ପୌରାଞ୍ଚଳରୁ ୩ ଜଣ ( ୩ ଜଣ ପୁରୁଷ ) , ତାଳଚେର ବ୍ଲକ୍ ଅଞ୍ଚଳରୁ ୧ ଜଣ ( ୧ଜଣ ମହିଳା ) ଓ ତାଳଚେର ପୌରାଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ) ଅଛନ୍ତି । ସମସ୍ତେ ଅନ୍ୟ ଆକ୍ରାନ୍ତ ଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଥିବାର ଜଣାପଡିଛି । ଆଜି ଅନୁଗୋଳ ବ୍ଳକ , କଣିହାଁ ବ୍ଳକ , କିଶୋରନଗର ବ୍ଳକ , ପାଳଲହଡା ବ୍ଳକ , ଆଠମଲ୍ଲିକ ବ୍ଳକ ଓ ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ କୋଭିଡ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ୪୮ଜଣ ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୨ଜଣ କୋଭିଡ ହସ୍ପିଟାଲରୁ ଓ ୪୬ ଜଣ ହୋମ ଆଇସୋଲେସନ୍ ରୁ ସୁସ୍ଥ ହୋଇଛନ୍ତି ।




