
ପଜିଟିଭ ସଂଖ୍ୟା ୧୧୮୪୮ରେ ପହଞ୍ଚିଲା – ସୁସ୍ଥ ହେଲେ ୩୪ ଜଣ ଆକ୍ରାନ୍ତ
ଜେ. ବି. ଏନ୍ ( ୩୦/୧୨/୨୦୨୦)
ଅନୁଗୋଳ : ଅନୁଗୋଳ ଜିଲ୍ଲାରେ୧୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୨ ରେ ପହଂଚିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ବଅଁରପାଳ ବ୍ଳକ୍ ଅଞ୍ଚଳରୁ ୪ଜଣ ( ୩ ଜଣ ପୁରୁଷ ଓ ୧ଜଣ ମହିଳା ) , ତାଳଚେର ବ୍ଲକ୍ ଅଞ୍ଚଳରୁ ୩ଜଣ ( ୩ଜଣ ପୁରୁଷ ) , ଅନୁଗୋଳ ପୌରାଞ୍ଚଳରୁ ୩ଜଣ ( ୨ ଜଣ ପୁରୁଷ ଓ ୧ଜଣ ମହିଳା ) , କଣିହାଁ ବ୍ଳକ୍ ଅଞ୍ଚଳରୁ ୨ଜଣ ( ୧ ଜଣ ପୁରୁଷ ଓ ୧ଜଣ ମହିଳା ) , କିଶୋରନଗର ବ୍ଲକ୍ ଅଞ୍ଚଳରୁ ୧ଜଣ ( ୧ଜଣ ମହିଳା ) , ପାଳଲହଡା ବ୍ଳକ୍ ଅଞ୍ଚଳରୁ ୧ଜଣ ( ୧ ଜଣ ମହିଳା ) , ଅନୁଗୋଳ ବ୍ଳକ୍ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଓ ଛେଣ୍ଡିପଦା ବ୍ଳକ୍ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଅଛନ୍ତି । ସମସ୍ତେ ଅନ୍ୟ ଆକ୍ରାନ୍ତ ସଂସ୍ପର୍ଶରେ ଆସି ପଜିଟିଭ । ଆଜି ତାଳଚେର ପୌରାଞ୍ଚଳ , ଆଠମଲ୍ଲିକ ବ୍ଲକ ଓ ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ କୋଭିଡ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ୩୪ଜଣ ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୬ଜଣ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଓ ୨୮ ଜଣ ହୋମ ଆଇସୋଲେସନ୍ ରୁ ସୁସ୍ଥ ହୋଇଛନ୍ତି ।




