
ପଜିଟିଭ ସଂଖ୍ୟା ୧୧୮୯୭ରେ ପହଞ୍ଚିଲା – ସୁସ୍ଥ ହେଲେ ୩୮ ଜଣ ଆକ୍ରାନ୍ତ ।
ଜେ. ବି. ଏନ୍ (୦୧/୦୧ /୨୦୨୧)
ଅନୁଗୋଳ : ଅନୁଗୋଳ ଜିଲ୍ଲାରେ୨୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ବାବ ନମୁନା ଦେଇଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତ ସଂଖ୍ୟା ୨୧୪ ରେ ପହଂଚିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ବଅଁରପାଳ ବ୍ଳକ୍ ଅଞ୍ଚଳରୁ ୮ଜଣ ( ୬ଜଣ ପୁରୁଷ ଓ ୨ଜଣ ମହିଳା ) , କଣିହାଁ ବ୍ଳକ୍ ଅଞ୍ଚଳରୁ ୭ଜଣ ( ୪ ଜଣ ପୁରୁଷ ଓ ୩ ଜଣ ମହିଳା ) , ତାଳଚେର ବ୍ଲକ୍ ଅଞ୍ଚଳରୁ ୩ ଜଣ ( ୩ ଜଣ ମହିଳା ) , ଅନୁଗୋଳ ବ୍ଳକ୍ ଅଞ୍ଚଳରୁ ୩ଜଣ ( ୨ଜଣ ପୁରୁଷ ଓ ୧ଜଣ ମହିଳା ) , ତାଳଚେର ପୌରାଞ୍ଚଳରୁ ୨ଜଣ ( ୨ଜଣ ପୁରୁଷ ) , ପାଳଲହଡା ବ୍ଳକ୍ ଅଞ୍ଚଳ ର ୧ଜଣ ( ୧ଜଣ ପୁରୁଷ ) , ଅନୁଗୋଳ ପୌରାଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଅଛନ୍ତି ।

ସମସ୍ତେ ଅନ୍ୟ ଆକ୍ରାନ୍ତ ଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଥିବାର ଜଣାପଡିଛି । ଆଜି ଛେଣ୍ଡିପଦା ବ୍ଳକ , ଆଠମଲିକ ବ୍ଲକ୍ , କିଶୋରନଗର ବ୍ଳକ ଓ ଆଠମଲିକ ବିଜ୍ଞାପିତ ଅଞ୍ଚଳ ପରିଷଦରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ କୋଭିଡ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ୩୮ଜଣ ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୩ ଜଣ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡରୁ ଓ ୩୫ ଜଣ ହୋମ ଆଇସୋଲେସନ୍ ରୁ ସୁସ୍ଥ ହୋଇଛନ୍ତି ।



