
ଅନୁଗୋଳ ଜିଲ୍ଲାରୁ ୧୬ ଜଣ କରୋନା ପଜିଟିଭ ଚିହ୍ନଟ
ସୁସ୍ଥ ହେଲେ ୧୯ ଜଣ ଆକ୍ରାନ୍ତ ।
ଆଜି ଅନୁଗୋଳ ଜିଲ୍ଲାରେ ୧୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତିମାନକ ମଧ୍ୟରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୯ ରେ ପହଞ୍ଚିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ଛେଣ୍ଡିପଦା ବ୍ଳକ ଅଞ୍ଚଳରୁ ୭ଜଣ ( ୫ଜଣ ପୁରୁଷ ଓ ୨ଜଣ ମହିଳା ) , ଅନୁଗୋଳ ପୌରାଞ୍ଚଳରୁ ୩ଜଣ ( ୩ଜଣ ପୁରୁଷ ) , ତାଳଚେର ପୌରାଞ୍ଚଳରୁ ୨ଜଣ ( ୧ଜଣ ପୁରୁଷ ଓ ୧ଜଣ ମହିଳା ) , ବଅଁରପାଳ ବ୍ଳକ ଅଞ୍ଚଳରୁ ୧ଜଣ ( ୧ଜଣ ମହିଳା ) , କଣିହାଁ ବ୍ଳକ ଅଞ୍ଚଳରୁ ୧ଜଣ ( ୧ ଜଣ ମହିଳା ) , ଆଠମଲ୍ଲିକ ବ୍ଲକ ଅଞ୍ଚଳରୁ ୧ଜଣ ( ୧ ଜଣ ମହିଳା ) ଓ ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୧ଜଣ ( ପୁରୁଷ ୧ଜଣ) । ଆଜି ପାଳଲହଡା ବ୍ଲକ , ଅନୁଗୋଳ ବ୍ଲକ , କିଶୋରନଗର ବ୍ଳକ , ତାଳଚେର ବ୍ଲକ ପ୍ରଭୃତି ୪ଟି ଅଞ୍ଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତମାନଙ୍କୁ ନିଜ ଘରେ ଆଇସୋଲେସନ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୧୯ଜଣ ଯାକ ହୋମ ଆଇସୋଲେସନ ରେ ଥିବାର ଜଣାପଡିଛି ।




