
ଅନୁଗୋଳ ଜିଲ୍ଲାରୁ ୧୯ ଜଣ କରୋନା ପଜିଟିଭ ଚିହ୍ନଟ
ଅନୁଗୋଳ ଜିଲ୍ଲାରୁ ୧୭ଜଣ ସୁସ୍ଥ ହୋଇଛନ୍ତି ।
(ଜେ. ବି. ଏନ୍ /ସୁଶିଲ କୁମାର) ୦୮/୦୧ /୨୦୨୧
ଅନୁଗୋଳ : ଅନୁଗୁଳ ଜିଲ୍ଲାରେ ୧୯ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ୱାବ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତ ସଂଖ୍ୟା ୨୨୦ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ଅନୁଗୋଳ ପୌରାଞ୍ଚଳରୁ ୪ଜଣ ( ୪ଜଣ ପୁରୁଷ ) , ଅନୁଗୋଳ ବ୍ଲକ ଅଞ୍ଚଳରୁ ୩ ଜଣ ( ୧ଜଣ ପୁରୁଷ ଓ ୨ଜଣ ମହିଳା ) , ଛେଣ୍ଡିପଦା ବ୍ଳକ୍ ଅଞ୍ଚଳରୁ ୩ଜଣ ( ୨ଜଣ ପୁରୁଷ ଓ ୧ଜଣ ମହିଳା ) , ବଅଁରପାଳ ବ୍ଳକ୍ ଅଞ୍ଚଳ ରୁ ୨ଜଣ ( ୨ଜଣ ପୁରୁଷ ) , କଣିହାଁ ବ୍ଳକ୍ ଅଞ୍ଚଳରୁ ୨ଜଣ ( ୨ଜଣ ପୁରୁଷ ) , ଆଠମଲ୍ଲିକ ବ୍ଳକ୍ ଅଞ୍ଚଳରୁ ୧ଜଣ ( ୧ ଜଣ ମହିଳା ) , କିଶୋରନଗର ବ୍ଲକ୍ ଅଞ୍ଚଳରୁ ୧ଜଣ ( ୧ ଜଣ ମହିଳା ) , ତାଳଚେର ବ୍ଲକ୍ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) , ତାଳଚେର ପୌରାଞ୍ଚଳରୁ ୧ଜଣ ( ୧ ଜଣ ମହିଳା ) ଓ ପାଳଲହଡା ବ୍ଳକ୍ ଅଞ୍ଚଳରୁ ୧ଜଣ ( ୧ ଜଣ ମହିଳା ଅଛନ୍ତି । ଆଜି ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । । ଆଜି ଅନୁଗୋଳ ଜିଲ୍ଲାରୁ ୧୭ଜଣ ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧ଜଣ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡରୁ ଓ ୧୬ ଜଣ ହୋମ ଆଇସୋଲେସନ୍ ରୁ ସୁସ୍ଥ ହୋଇଛନ୍ତି ।



