କେନ୍ଦୁପତ୍ର ତୋଳାଳୀଙ୍କ ପାଇଁ ବୋନସ ଘୋଷଣା

ଜେ ବି ଏନ, ୧୨/୦୧ /୨୦୨୧,(ରିପୋର୍ଟ, ସୁଶୀଲ କୁମାର ଆଇଚ), ଭୁବନେଶ୍ବର : କେନ୍ଦୁପତ୍ର ତୋଳାଳୀ ଓ ଅନ୍ୟାନ୍ୟ କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୯୨.୩୭ କୋଟି ଟଙ୍କାର ବୋନସ ଏବଂ ଅନ୍ୟାନ୍ୟ ସହାୟତା ଘୋଷଣା କରିଛନ୍ତି । କେନ୍ଦୁପତ୍ର କର୍ମଚାରୀଙ୍କ ମୃତ୍ୟୁ ବା ସମ୍ପୂର୍ଣ୍ଣ ଶାରୀରିକ ଅକ୍ଷମତା କ୍ଷେତ୍ରରେ ଅନୁକମ୍ପାମୂଳକ ସହାୟତାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଏକ ଲକ୍ଷ ଟଙ୍କାରୁ ଦୁଇ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ଆଜି କେନ୍ଦୁପତ୍ର କଲ୍ୟାଣ ବୋର୍ଡ ବୈଠକରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।



