କଟକରେ ନିର୍ମାଣ ହେବ ଅତ୍ୟାଧୁନିକ ବସ୍ ଟର୍ମିନାଲ

ଜେ ବି ଏନ, ୧୪/୦୧ /୨୦୨୧, (ରିପୋର୍ଟ, ସୁଶୀଲ କୁମାର), ଭୁବନେଶ୍ବର : କଟକର ଖାନନଗର ଠାରେ ନିର୍ମିତ ହେବା ଅତ୍ୟାଧୁନିକ ବସ୍ ଟର୍ମିନାଲ । ଏଥୁରେ ଖର୍ଚ୍ଚ ହେବ ୬୫ କୋଟି ଟଙ୍କା । ମହାନ୍ ସ୍ଵାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ବୋଷଙ୍କ ନାମରେ ଏହି ଅତ୍ୟାଧୁନିକ ବସ୍ ଟର୍ମିନାଲକୁ ନାମିତ କରାଯିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହି ଟର୍ମିନାଲରେ ଏକ ସମୟରେ ୧୮୦ଟି ବସ୍ ପାକିଂର ବ୍ୟବସ୍ଥା ରହିବ ।
୧ ଲକ୍ଷ ୧୮ ହଜାର ବର୍ଗ ଫୁଟ ଅଞ୍ଚଳରେ ୩ ମହଲା ବିଶିଷ୍ଟ ଟର୍ମିନାଲ ବି ନିର୍ମାଣ କରାଯାଇ ଏଥିରେ ଯାତ୍ରୀ ବିଶ୍ରାମସ୍ଥଳ , ଫୁଡ କୋର୍ଟ , କ୍ରୋକ୍ ରୁମ୍ , ଟିକେଟ ଗୃହ , ଇ – ଯାନ ଚାର୍ଜ ପଏଣ୍ଟ , ଛାତ ଉପରେ ବର୍ଷା ଜଳ ସଂରକ୍ଷଣ ଏବଂ ସୌର ପ୍ୟାନେଲ ମଧ ରଖାଯିବ । ଏହି ନିର୍ମାଣ ପାଇଁ କଟରର ରିଂଗ୍ ରୋଡକୁ ଆଉ ଦୁଇ କିଲୋମିଟର ସଂପ୍ରସାରଣ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ।
ଚଳିତ ବର୍ଷ ସମଗ୍ର ଦେଶ ନେତାଜୀଙ୍କର ୧୨୫ତମ ଜୟନ୍ତୀ ପାଳନ କରିବାକୁ ଯାଉଛି । ଏହି ଅତ୍ୟାଧୁନିକ ବସ୍ ଟର୍ମିନାଲରେ ନେତାଜୀଙ୍କ ଜୀବନ ଓ ସଂଗ୍ରାମ ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ପାଇଁ ଏକ ସ୍ଵତନ୍ତ୍ର Kiosk କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଟର୍ମିନାଲର ବିଭିନ୍ନ ସ୍ଥାନରେ ନେତାଜୀଙ୍କ ଆଦର୍ଶ ଓ ଜୀବନୀ ସଂପର୍କରେ ପ୍ରଚାର ପ୍ରସାର ପାଇଁ ବିଭିନ୍ନ ପ୍ରଦର୍ଶନୀ ସ୍ଥାନିତ ହେବ ।



