
ଅନୁଗୋଳ ଜିଲ୍ଲାରୁ ୨୬ ଜଣ କରୋନା ପଜିଟିଭ ଚିହ୍ନଟ
ସୁସ୍ଥ ହେଲେ ୨୯ ଜଣ ଆକ୍ରାନ୍ତ
(ଜେ. ବି. ଏନ୍/ସୁଶିଲ କୁମାର ) ୧୪/୦୧ /୨୦୨୧ ଅନୁଗୋଳ : ଅନୁଗୋଳ ଜିଲ୍ଲାରେ ୨୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତ ସଂଖ୍ୟା ୨୨୬ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କୁ ମଧ୍ୟରେ ଛେଣ୍ଡିପଦା ବ୍ଳକ ଅଞ୍ଚଳରୁ ୧୦ଜଣ ( ୫ ଜଣ ପୁରୁଷ ଓ ୫ଜଣ ମହିଳା ) , ବଅଁରପାଳ ବ୍ଳକ ଅଞ୍ଚଳରୁ ୫ଜଣ ( ୪ଜଣ ପୁରୁଷ ଓ ୧ଜଣ ମହିଳା ) , ତାଳଚେର ବ୍ଲକ ଅଞ୍ଚଳରୁ ୪ଜଣ ( ୨ଜଣ ପୁରୁଷ ଓ ୨ଜଣ ମହିଳା ) , ଅନୁଗୋଳ ପୌରାଞ୍ଚଳରୁ ୩ଜଣ ( ୨ଜଣ ପୁରୁଷ ଓ ୧ଜଣ ମହିଳା ) , ଅନୁଗୋଳ ବ୍ଳକ ଅଞ୍ଚଳରୁ ୧ଜଣ ( ୧ ଜଣ ମହିଳା ) , ପାଳଲହଡା ବ୍ଳକ ଅଞ୍ଚଳରୁ ୧ଜଣ ( ୧ ଜଣ ମହିଳା ) , କଣିହାଁ ବ୍ଳକ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଓ ତାଳଚେର ପୌରାଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଅଛି । ଆଜି ଆଠମଲ୍ଲିକ ବ୍ଳକ , ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ଓ କିଶୋରନଗର ବ୍ଳକ ପ୍ରଭୃତି ୩ଟି ଅଞ୍ଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତମାନଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୨୯ଜଣ ଯାକ ହୋମ ଆଇସୋଲେସନ୍ ଥିବା ଜଣାପଡିଛି ।



