
ଅନୁଗୋଳ ଜିଲ୍ଲାରୁ ୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ
ସୁସ୍ଥ ହେଲେ ୧୭ ଜଣ ଆକ୍ରାନ୍ତ
(ଜେ. ବି. ଏନ୍/ସୁଶିଲ କୁମାର ) ୧୮/୦୧ /୨୦୨୧
ଅନୁଗୋଳ : ଅନୁଗୋଳ ଜିଲ୍ଲାରେ ୦୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତ ସଂଖ୍ୟା ୨୨୮ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କୁ ମଧ୍ୟରେ ବଅଁରପାଳ ବ୍ଳକ ଅଞ୍ଚଳରୁ ୨ଜଣ ( ୨ ଜଣ ପୁରୁଷ ) , ଛେଣ୍ଡିପଦା ବ୍ଳକ୍ ଅଞ୍ଚଳରୁ ୧ଜଣ ( ୧ଜଣ ମହିଳା ) , ଅନୁଗୋଳ ବ୍ଳକ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଓ ପାଳଲହଡା ବ୍ଳକ ଅଞ୍ଚଳରୁ ୧ଜଣ ( ୧ଜଣ ମହିଳା ) ଅଛନ୍ତି ।

ଆଜି ଅନୁଗୋଳ ପୌରାଞ୍ଚଳ , କିଶୋରନଗର ବ୍ଳକ , ତାଳଚେର ପୌରାଞ୍ଚଳ , ତାଳଚେର ବ୍ଳକ , ଆଠମଲ୍ଲିକ ବ୍ଳକ , ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ଓ କଣିହାଁ ବ୍ଲକ ପ୍ରଭୃତି ୭ଟି ଅଞ୍ଚଳ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତମାନଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୧୭ ଜଣ ଯାକ ହୋମ ଆଇସୋଲେସନ୍ ରେ ଥିବାର ଜଣାପଡିଛି ।



