ଅଭିନେତା ରବି ମିଶ୍ରଙ୍କ ପରଲୋକ, ଶୋକ ବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଚନ୍ଦ୍ର ଷଡଙ୍ଗୀ

ଜେ ବି ଏନ, ୨୦/୦୧ /୨୦୨୧, (ରିପୋର୍ଟ, ସୁଶୀଲ କୁମାର), ଭୁବନେଶ୍ୱର : ଓଡ଼ିଆ ଚଲଚ୍ଚିତ୍ର ଓ ଟେଲି ଅଭିନେତା ରବି ମିଶ୍ର ଙ୍କ ପରଲୋକ ହୋଇଯାଇଛି l ଓଡ଼ିଆ ଅଭିନେତା ରବି ମିଶ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଚନ୍ଦ୍ର ଷଡଙ୍ଗୀ
ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କଲେ l
ମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ ଲୋକପ୍ରିୟ ଅଭିନେତା ରବି ମିଶ୍ରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ‘ଗୋପାଳ ରହସ୍ୟ’ ଧାରାବାହିକରେ ନିପୁଣ ଓ ବଳିଷ୍ଠ ଅଭିନୟ ତାଙ୍କୁ ଓଡ଼ିଶାର ଘରେ ଘରେ ପରିଚିତ କରାଇଥିଲା । କଳା ଜଗତ ପ୍ରତି ତାଙ୍କର ଅବଦାନ ଚିରସ୍ମରଣୀୟ ହୋଇରହିବ । ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି ।
https://twitter.com/dpradhanbjp/status/1351767550317641729?s=19



