ନେତାଜୀ ଜୟନ୍ତୀ ଅବସରରେ ବସ ଟର୍ମିନାଲର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ 
ଜେ ବି ଏନ, ୨୩/୦୧ /୨୦୨୧,(ରିପୋର୍ଟ, ପ୍ରଦୀପ କୁମାର କାଣ୍ଡି), କଟକ : ମହାନ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ବୋଷଙ୍କ ୧୨୫ତମ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କଟକ ନେତାଜୀ ବସ ଟର୍ମିନାଲର ଭିତ୍ତିପ୍ରସ୍ତର ସ୍ଥାପନ କରିବାକୁ ଯାଉଛନ୍ତି। ୧୧୦୦୦ ବର୍ଗ ମିଟର ଅଞ୍ଚଳରେ ନିର୍ମାଣ ହେବାକୁ ଯାଉଥିବା ଏହି ବସ ଟର୍ମିନାଲ ରାଜ୍ୟ ଗମନାଗମନ ବ୍ୟବସ୍ଥାରେ ନୂଆ ଅଧ୍ୟାୟ ସୃଷ୍ଟି କରିବ।



