
ଅନୁଗୋଳ ଜିଲ୍ଲାରୁ ୧୦ ଜଣ କରୋନା ପଜିଟିଭ ଚିହ୍ନଟ
ସୁସ୍ଥ ହେଲେ ୨୬ ଜଣ ଆକ୍ରାନ୍ତ ।
(ଜେ. ବି. ଏନ୍ /ସୁଶିଲ କୁମାର ) ୨୩/୦୧ /୨୦୨୧ ଅନୁଗୋଳ : – ଆଜି ଅନୁଗୋଳ ଜିଲ୍ଲାରେ ୧୦ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାକ ସଂଖ୍ୟା ୨୩୩ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ଅନୁଗୋଳ ପୌରାଞ୍ଚଳରୁ ୩ଜଣ ( ୩ଜଣ ପୁରୁଷ ) , ବଅଁରପାଳ ବ୍ଳକ ଅଞ୍ଚଳରୁ ୩ଜଣ ( ୧ଜଣ ପୁରୁଷ ଓ ୨ଜଣ ମହିଳା ) , ତାଳଚେର ବ୍ଲକ ଅଞ୍ଚଳରୁ ୨ଜଣ ( ୧ଜଣ ପୁରୁଷ ଓ ୧ଜଣ ମହିଳା ) , କିଶୋରନଗର ବ୍ଳକ୍ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଓ ଆଠମଲ୍ଲିକ ବ୍ଲକ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଅଛନ୍ତି । ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦ , କଣିହାଁ ବ୍ଲକ , ଛେଣ୍ଡିପଦା ବ୍ଳକ , ଅନୁଗୋଳ ବ୍ଲକ , ତାଳଚେର ପୌରାଞ୍ଚଳ , ପାଳଲହଡା ବ୍ଳକ ପ୍ରଭୃତି ୬ଟି ଅଞ୍ଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୨୬ଜଣ ଯାକ ହୋମ ଆଇସୋଲେସନ୍ ରେ ଥିବାର ଜଣାପଡିଛି ।



