ଅନୁଗୋଳ ଜିଲ୍ଲାରୁ ୦୪ ଜଣ କରୋନା ପଜିଟିଭ ଚିହ୍ନଟ
ସୁସ୍ଥ ହେଲେ ୦୯ ଜଣ ଆକ୍ରାନ୍ତ ।

ଜେ ବି ଏନ, ୨୬-୨୭/୦୧ /୨୦୨୧, (ରିପୋର୍ଟ, ସୁଶୀଲ କୁମାର), ଅନୁଗୋଳ : ଅନୁଗୋଳ ଜିଲ୍ଲାରେ ୦୪ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ଵାବ ନମୁନା ଦେଇଥିବା ବ୍ୟକ୍ତ ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତ ସଂଖ୍ୟା ୨୩୩ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମଧ୍ୟରେ ଛେଣ୍ଡିପଦା ବ୍ଳକ୍ ଅଞ୍ଚଳରୁ ୨ ଜଣ ( ୨ ଜଣ ପୁରୁଷ ) , ବଅଁରପାଳ ବ୍ଳକ୍ ଅଞ୍ଚଳରୁ ୧ଜଣ ( ୧ ଜଣ ମହିଳା ) ଓ ଅନୁଗୋଳ ପୌରାଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଅଛନ୍ତି । ଆଜି ତାଳଚେର ବ୍ଲକ , କଣିହାଁ ବ୍ଲକ , ଅନୁଗୋଳ ବ୍ଳକ , ତାଳଚେର ପୌରାଞ୍ଚଳ , ଆଠମଲ୍ଲିକ ବ୍ଲକ , କିଶୋରନଗର ବ୍ଲକ , ପାଳଲହଡା ବ୍ଳକ ଓ ଆଠମଲ୍ଲିକ ବିଜ୍ଞାପିତ ଅଂଚଳ ପରିଷଦ ପ୍ରଭୃତି ୮ଟି ଅଂଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ବଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ ରେ ରଖାଯାଇ ନିରିକ୍ଷଣ କରାଯାଉଛି । ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୦୯ଜଣ ଯାକ ହୋମ ଆଇସୋଲେସନ ରେ ଥିବାର ଜଣାପଡିଛି ।



