ବରଗଡ଼ ସହରରେ ଥିବା ଜିଲ୍ଲା ମୁଖ୍ୟ ଚିକତ୍ସାଳୟକୁ ସମ୍ପୃର୍ଣ୍ଣ କାର୍ଯ୍ୟକ୍ଷମ ବରଗଡ଼ ଜିଲ୍ଲା ଯୁବ କଂଗ୍ରେସ ତରଫରୁ ଦାବି

ଜେ. ବି. ଏନ୍ (୦୮/୦୨ /୨୦୨୧), ରିପୋର୍ଟ, ବିନୋଦ କୁମାର ନାୟକ), ବରଗଡ଼ :ବରଗଡ଼ ସହରରେ ଥିବା ଜିଲ୍ଲା ମୁଖ୍ୟ ଚିକତ୍ସାଳୟକୁ ସମ୍ପୃର୍ଣ୍ଣ କାର୍ଯ୍ୟକ୍ଷମ ବରଗଡ଼ ଜିଲ୍ଲା ଯୁବ କଂଗ୍ରେସ ତରଫରୁ ଦାବି କରାଯାଇଛି ।
ଜିଲ୍ଲା କାର୍ଯ୍ୟକାରୀ ସଭାପତି ସୁଶାନ୍ତ ସାହୁଙ୍କ ନେତୃତ୍ୱରେ ଏକ ପ୍ରତିନିଧିମଣ୍ଡଳୀ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛି । ଏହି ଦାବିପତ୍ରରେ ଖେଦାପାଲିକୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ସ୍ଥାନାନ୍ତର କରାଯିବାକୁ ଏକବର୍ଷ ପୂରଣ ହୋଇଥିବାବେଳେ ପୁରୁଣା ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସହରାଞ୍ଚଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଭାବେ ଘୋଷଣା ସତ୍ୱେ ତାହା ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ । ପୁରୁଣା ଡାକ୍ତରଖାନାରେ ଡାକ୍ତର ଅଭାବଠାରୁ ନର୍ସ, ଟେକନିସିଆନ ପରି ବହୁ ପଦବି ଖାଲି ରହିଛି । ଯଦ୍ୱାରା ସହରବାସୀ ଉପଯୁକ୍ତ ସ୍ୱାସ୍ଥ୍ୟସେବାରୁ ବଞ୍ଚିତ ହେଉଛନ୍ତି । ତୁରନ୍ତ ପୁରୁଣା ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବାକୁ ବରଗଡ଼ ଜିଲ୍ଲା ଯୁବ କଂଗ୍ରେସ ତରଫରୁ ଦାବି କରାଯାଇଛି । ଦାବିପତ୍ର ପ୍ରଦାନ ସମୟରେ ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ସାଧାରଣ ସମ୍ପାଦକ ଅଭିଳାଷ ପତି, ବରଗଡ଼ ଜିଲ୍ଲା ଯୁବ କଂଗ୍ରେସ ସୋସିଆଲ ମିଡ଼ିଆ ସଂଯୋଜକ ପପୁ କୁମ୍ଭାର,ଛାତ୍ର ନେତା ଅଭିଷେକ ନାୟକ, ନିଲେଶ କୁମାର ଶତପଥି, ସୋନୁ ପାଣିଗ୍ରାହୀ,ଗୌରବ ପତି,ଉମେଶ ପ୍ରଧାନ ସମେତ ବହୁ କର୍ମକର୍ତ୍ତା ସାମିଲ ହୋଇଥିଲେ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-05-14_06-19-38-643-3-scaled.jpg)


