
ଆକ୍ରାନ୍ତ ଅପେକ୍ଷା ସୁସ୍ଥ ହାର ରେ ବୃଦ୍ଧି
ସୁସ୍ଥ ହେଲେ ୨୧ ଜଣ ଆକ୍ରାନ୍ତ
(ଜେ. ବି. ଏନ୍ /ସୁଶିଲ କୁମାର) ୧୧/୦୧ /୨୦୨୧ ଅନୁଗୋଳ : ଅନୁଗୋଳ ଜିଲ୍ଲାରେ ୧୦ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ୱାବ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତ ସଂଖ୍ୟା ୨୨୩ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ବଅଁରପାଳ ବ୍ଳକ ଅଞ୍ଚଳରୁ ୫ଜଣ ( ୩ ଜଣ ପୁରୁଷ ଓ ୨ଜଣ ମହିଳା ) , ଅନୁଗୋଳ ପୌରାଞ୍ଚଳରୁ ୨ଜଣ ( ୨ଜଣ ପୁରୁଷ ) , ତାଳଚେର ବ୍ଲକ ଅଞ୍ଚଳରୁ ୧ଜଣ ( ୧ ଜଣ ମହିଳା ) , ତାଳଚେର ପୌରାଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଓ ପାଳଲହଡା ବ୍ଲକ୍ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଅଛନ୍ତି । ଆଜି ଅନୁଗୋଳ ବ୍ଲକ , କଣିହାଁ ବ୍ଲକ , ଛେଣ୍ଡିପଦା ବ୍ଳକ , କିଶୋରନଗର ବ୍ଳକ , ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳରୁ ଓ ଆଠମଲ୍ଲିକ ବ୍ଳକ ପ୍ରଭୃତି ୬ଟି ଅଞ୍ଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୨୧ଜଣ ଯାକ ହୋମ ଆଇସୋଲେସନ୍ ରେ ଥିବାର ଜଣାପଡିଛି ।



