ଆଜି ଅନୁଗୋଳ ଜିଲ୍ଲାରୁ ୦୬ ଜଣ କରୋନା ପଜିଟିଭ ଚିହ୍ନଟ – ପଜିଟିଭ ସଂଖ୍ୟା ୧୨୨୬୧ ରେ ପହଞ୍ଚିଲା – ସୁସ୍ଥ ହେଲେ ୦୯ ଜଣ

ଜେ ବି ଏନ, ୩୧/୦୧ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ଅନୁଗୋଳ : ଆଜି ଅନୁଗୋଳ ଜିଲ୍ଲାରେ ୦୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ୨୩୪ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତମାନଂକ ମଧ୍ୟରେ ଅନୁଗୋଳ ପୌରାଞ୍ଚଳରୁ ୪ ଜଣ ( ୩ଜଣ ପୁରୁଷ ଓ ୧ଜଣ ମହିଳା ) , କଣିହାଁ ବ୍ଲକ ଅଂଚଳରୁ ୧ଜଣ ( ୧ ଜଣ ମହିଳା ) ଓ ଆଠମଲ୍ଲିକ ବ୍ଲକ ଅଂଚଳରୁ ୧ଜଣ ( ୧ଜଣ ପୁରୁଷ ଅଛନ୍ତି । ଆଜି ତାଳଚେର ବ୍ଲକ , ଛେଣ୍ଡିପଦା ବ୍ଳକ , ବଅଁରପାଳ ବ୍ଳକ , ଅନୁଗୋଳ ବ୍ଳକ , ତାଳଚେର ପୌରାଞ୍ଚଳ , କିଶୋରନଗର ବ୍ଳକ , ପାଲଲହଡା ବ୍ଳକ , ଆଠମଲ୍ଲିକ ବିଜ୍ଞାପିତ ଅଂଚଳ ପରିଷଦ ପ୍ରଭୃତି ୮ଟି ଅଂଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥୁବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତମାନଂକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତମାନଂକୁ ନିଜ ଘରେ Isolation ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୦୯ ଜଣ ଯାକ ହୋମ Isolation ରେ ଥିବାର ଜଣାପଡିଛି ।



