ଆଜି ଅନୁଗୋଳ ଜିଲ୍ଲାରୁ ୦୩ ଜଣ କରୋନା ପଜିଟିଭ ଚିହ୍ନଟ – ପଜିଟିଭ ସଂଖ୍ୟା ୧୨୨୬୮ ରେ ପହଞ୍ଚିଲା – ସୁସ୍ଥ ହେଲେ ୨ ଜଣ

ଜେ ବି ଏନ, ୦୩/୦୨ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ଅନୁଗୋଳ : ଆଜି ଅନୁଗୋଳ ଜିଲ୍ଲାରେ ୦୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସାବ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତ ଙ୍କ ସଂଖ୍ୟା ୨୩୪ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତମାନଂକ ମଧ୍ୟରେ ଅନୁଗୋଳ ବ୍ଳକ୍ ଅଂଚଳରୁ ୧ଜଣ ( ୧ଜଣ ପୁରୁଷ ) , ଅନୁଗୋଳ ପୌରାଞ୍ଚଳରୁ ୧ଜଣ ( ୧ ଜଣ ମହିଳା ) ଓ କଣିହାଁ ବ୍ଳକ୍ ଅଂଚଳରୁ ୧ଜଣ ( ୧ଜଣ ପୁରୁଷ ) ଅଛନ୍ତି । ଆଜି ଛେଣ୍ଡିପଦା ବ୍ଳକ , ବଅଁରପାଳ ବ୍ଳକ , ପାଳଲହଡା ବ୍ଲକ , ତାଳଚେର ବ୍ଲକ , ତାଳଚେର ପୌରାଞ୍ଚଳ , କିଶୋରନଗର ବ୍ଲକ , ଆଠମଲ୍ଲିକ ବ୍ଲକ , ଆଠମଲ୍ଲିକ ବିଜ୍ଞାପିତ ଅଂଚଳ ପରିଷଦ ପ୍ରଭୃତି ୮ଟି ଅଂଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତମାନଂକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତମାନଂକୁ ନିଜ ଘରେ Isolation ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୨ ଜଣ ଯାକ ହୋମ Isolation ରେ ଥିବାର ଜଣାପଡିଛି ।



