ହିଞ୍ଜିଳିରେ ନୂତନ ପ୍ରକଳ୍ପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଜେ ବି ଏନ, ୧୨/୦୨ /୨୦୨୧,, (ରିପୋର୍ଟ, ବ୍ୟୁରୋ), ହିଞ୍ଜିଳି : ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେସିଂ ଯୋଗେ ହିଞ୍ଜିଳି ପୌର ପରିଷଦ ଅଞ୍ଚଳରେ ୨୮ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ପ୍ରକଳ୍ପର ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପିଲାମାନେ ହେଉଛନ୍ତି ଏ ଜାତିର , ଏ ଦେଶର ଭବିଷ୍ୟତ । ଶିକ୍ଷା ହେଉଛି ପରିବର୍ତ୍ତନର ଚାବିକାଠି ଏବଂ ପ୍ରକୃତ ସଶକ୍ତିକରଣ । ହିଞ୍ଜିଳିରେ ଶିକ୍ଷାର ବିକାଶ ଉପରେ ଗୁରୁତ୍ବ ଦେବା ସହିତ ହିଞ୍ଜିଳିକୁ ଶିକ୍ଷା କ୍ଷେତ୍ରରେ ଏକ ଆଗୁଆ ଅଞ୍ଚଳ ଭାବେ ବିକଶିତ କରିବା ତାଙ୍କର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।



