
ଅନୁଗୋଳ ଜିଲ୍ଲାରୁ ୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ
ସୁସ୍ଥ ହେଲେ ୦୩ ଜଣ
(ଜେ. ବି. ଏନ୍/ସୁଶିଲ କୁମାର ) ୧୨/୦୨ /୨୦୨୧
ଅନୁଗୋଳ : ଅନୁଗୋଳ ଜିଲ୍ଲାରେ ୦୪ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ୨୩୪ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ଛେଣ୍ଡିପଦା ବ୍ଳକ୍ ଅଞ୍ଚଳରୁ ୩ ଜଣ ( ୧ଜଣ ପୁରୁଷ ଓ ୨ଜଣ ମହିଳା ) ଓ ଆଠମଲ୍ଲିକ ବ୍ଲକ୍ ଅଞ୍ଚଳରୁ ୧ଜଣ ( ୧ ଜଣ ପୁରୁଷ ) ଅଛନ୍ତି । ଆଜି ଅନୁଗୋଳ ବ୍ଳକ , ଅନୁଗୋଳ ପୌରାଞ୍ଚଳ , ବଅଁରପାଳ ବ୍ଳକ.କଣିହାଁ ବ୍ଲକ , ତାଳଚେର ପୌରାଞ୍ଚଳ , ତାଳଚେର ବ୍ଲକ , କିଶୋରନଗର ବ୍ଳକ , ପାଳଲହଡା ବ୍ଳକ , ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦ ପ୍ରଭୃତି ୯ଟି ଅଞ୍ଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୦୩ ଜଣ ଯାକ ହୋମ ଆଇସୋଲେସନ୍ ରେ ଥିବା ର ଜଣାପଡିଛି ।



